ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଏହାକୁ ସମସ୍ତେ ମାନିବା ଦରକାର ବୋଲି କହିଛନ୍ତି ଲିବାନିଆର ପର୍ଯ୍ୟଟକ। ୧୬ଜଣିଆ ଏହି ବିଦେଶୀ ପର୍ଯ୍ୟଟକ ସୋମବାର ଅପରାହ୍ନରେ ପୁରୀ ଛାଡ଼ିିଛନ୍ତି। ଗଲାବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସେମାନେ ରହୁଥିବା ହୋଟେଲ ସମ୍ମୁଖରୁ ମୁଣ୍ଡିଆ ମାରି ଆଶୀର୍ବାଦ କାମନା କରିଛନ୍ତି। ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଯାଇ ଘରେ ପହଞ୍ଚତ୍ବୁ ବୋଲି ଏହି ବିଦେଶୀ ପର୍ଯ୍ୟଟକମାନେ କହିଛନ୍ତି।
କରୋନର ଭୟାବହତାକୁ ନେଇ ପ୍ରଶାସନ ପକ୍ଷରୁ ଟୁରିଷ୍ଟ ବସ୍‌ ସେବାକୁ ବନ୍ଦ କରାଯାଇଛି। ସେହିପରି ବେଳାଭୂମି ଉପରେ କଟକଣା ଲଗାଯିବା ସହ ବିଦେଶୀ ପର୍ଯ୍ୟଟକଙ୍କୁ ସର୍ବସାଧାରଣରେ ବୁଲାବୁଲି ନ କରିବାକୁ ପରାମର୍ଶ ଦିଆଯାଇଛି। ଜରୁରୀ କାମ ନ ଥିଲେ ଏବେ ପୁରୀ ନ ଆସିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ବିଦେଶୀ ତଥା ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଉପରେ ସତର୍କ ଦୃଷ୍ଟି ରହିଛି। କଟକଣା ଯୋଗୁ ପର୍ଯ୍ୟଟକମାନେ ପୁରୀ ଛାଡ଼ିିବା ଆରମ୍ଭ କରିଦେଇଛନ୍ତି। ସୋମବାର ଲିବାନିଆର ୧୬ ଜଣିଆ ଦଳ ପୁରୀ ଛାଡ଼ିିବା ବେଳେ ଭାବବିହ୍ବଳ ହୋଇପଡ଼ିିଥିଲେ। ଭାରତୀୟ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଓଡ଼ିଶାର କଳା, ସଂସ୍କୃତିକୁ ବେଶ୍‌ ପ୍ରଶଂସା କରିଥିଲେ। ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସିନା ଦର୍ଶନ କରିପାରୁନୁ ହେଲେ ସିଂହଦ୍ୱାରରେ ପତିତପାବନଙ୍କ ଦର୍ଶନ ସେମାନଙ୍କୁ ଅଭିଭୂତ କରିଦେଇଛି। ବର୍ତ୍ତମାନ କରୋନାକୁ ନେଇ ସେମାନେ ବି ଚିନ୍ତିତ। ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ସେମାନେ ପୁଣି ଭଲରେ ଘରକୁ ଫେରିପାରିବେ ବୋଲି କହିଥିଲେ। ସୂଚନାଥାଉ କି, ଏମାନେ ବହୁଦିନ ପୂର୍ବରୁ ଭାରତ ଆସିଥିଲେ। ପ୍ରଥମେ ଦ୍ୱାରିକାରେ ବୁଲାବୁଲି ସାରି ପୁରୀରେ ପହଞ୍ଚତ୍ଥିଲେ। ଏଠାରେ ବିଭିନ୍ନ ସ୍ଥାନ ବୁଲି ସାରିବା ପରେ ସୋମବାର ପୁଣି ଦ୍ୱାରକା ଯିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri