ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ : ଦାନଗହିର ୧୧ ଦିନ ସଟ୍ ଡାଉନ

ପୁରୀ ଅଫିସ,୪-୪_ପୁରୀ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପିପିଲି ବ୍ଲକ ଦାନଗହିର ଗ୍ରାମର ଜଣେ ବ୍ୟକ୍ତି ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ୧୨ ଦିନ ସଟ୍ ଡାଉନ ଘୋଷଣା କରାଯାଇଛି। ୪ ତାରିଖ ସକାଳ ୭ଟାରୁ ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଦାନଗହିର ଛକ, ଜୟପୁର ଛକ ଓ ଜୟପୁର ଶାସନ ଛକ ଅଞ୍ଚଳକୁ ସଟ୍ ଡାଉନ ଘୋଷଣା କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏହି ସବୁ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ (ଆବଦ୍ଧ ଅଞ୍ଚଳ) ମଧ୍ୟ ଘୋଷଣା କରାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ଦୋକାନ ବଜାର, ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ କରିଦିଆଯାଇଛି। ଆବଦ୍ଧ ଅଞ୍ଚଳ ମଧ୍ୟକୁ କେହି ପ୍ରବେଶ କରିପାରିବେ ନାହିଁ କିମ୍ବା ସମ୍ପୃକ୍ତ ଅଞ୍ଚଳରୁ କେହି ଘରୁ ବାହାରିବେ ନାହିଁ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସଟ୍ ଡାଉନ ସମୟରେ
ଅତ୍ୟାବଶ୍ୟକ ସାମଗ୍ରୀ, ଚିକିତ୍ସା ବ୍ୟବସ୍ଥା, ଔଷଧ ଯୋଗାଣ ପାଇଁ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ଏକାଧିକ ଟିମ୍ ଗଠନ କରାଯାଇଛି।
ଅନ୍ୟପକ୍ଷରେ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମ ସଭାରେ ଯୋଗଦେଇ ଫେରିଥିଲେ। ତେବେ ଶୁକ୍ରବାର ରାତିରେ ଏହା ଜଣାପଡିବା ପରେ ଆକ୍ରାନ୍ତଙ୍କ ଘର କେଉଁ ଅଞ୍ଚଳରେ ତାକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସୁକତା ବଢିଥିଲା। ସକାଳୁ ଜିଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଦାନଗହିର ଗଁ।କୁ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀମାନେ ସମ୍ପୃକ୍ତ ଅଞ୍ଚଳରେ ସୋଡିୟମ ହାଇପୋକ୍ଲୋରାଇଡ କେମିକାଲ ସ୍ପ୍ରେ କରିଛନ୍ତି। ଏଥିସହ ଜିଲାପାଳ ଓ ଏସପିଙ୍କ କାର୍ଯାଳୟ ଏବଂ ପୌରସଂସ୍ଥା କାର୍ଯାଳୟକୁ ମଧ୍ୟ ସାନିଟାଇଜ କରାଯାଇଛି। ଅନ୍ୟପକ୍ଷରେ କରୋନାକୁ ନେଇ କୌଣସି ପ୍ରକାର ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ କିମ୍ବା ଭୟଭୀତ ହୁଅନ୍ତୁ ନାହିଁ ବୋଲି ଜିଲାପାଳ ବଲଓ୍ବନ୍ତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri