ପୁରୀ ଜିଲା ବିଜେଡି-ଭାଜପା ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୀ ଅଫିସ,୨୬।୧: ପୁରୀ ଜିଲା ବିଜୁ ଜନତା ଦଳ ପକ୍ଷରୁ ସିଂହଦ୍ବାର ଏମାର ଚକଡା ମଙ୍ଗୁ ମଠ ସମ୍ମୁଖରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପୂର୍ବତନ ନଗରପାଳ ସୁରେନ୍ଦ୍ର ନାଥ ଦାଶ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପୂର୍ବତନ ନଗରପାଳ ଗୌରହରି ପ୍ରଧାନ,ପୂର୍ବତନ ଉପ ନଗରପାଳ ଶାନ୍ତିଲତା ପ୍ରଧାନ, ନଗର ସଭାପତି ଭକ୍ତ ଚରଣ ଦାସ, ସମ୍ପାଦକ ଭଗବାନ ପଡିଆରେ, ସବ୍ୟସାଚୀ ମହାପାତ୍ର, ପ୍ରତିମ ଜଗଦ୍ଦେବ,ଘନଶ୍ୟାମ ମର୍ଦ୍ଦରାଜ, କୃଷ୍ଣଚନ୍ଦ୍ର ପଣ୍ଡା, ଦେବେନ୍ଦ୍ର ନାଥ ଦାସ ମହାପାତ୍ର, ନାରୀନେତ୍ରୀ
ବିନୋଦିନୀ ଦାଶ, ନଗର ଯୁବ ବିଜେଡି ସଭାପତି ସରୋଜ ନାୟକ, ନଗର ଛାତ୍ର ବିଜେଡି ସଭାପତି ରାଜେଶ ରଣା, ସମ୍ପାଦକ ଶ୍ରୀନିବାସ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ସେହିଭଳି ଜିଲା ଭାରତୀୟ ଜନତା ପାର୍ଟି(ଭାଜପା)ପକ୍ଷରୁ ସାଧାରଣତନ୍ତ୍ର ଦିବସ ସିଂହଦ୍ବାର ଏମାର ଚକଡ଼ା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଜିଲା ସଭାପତି ଆଶ୍ରିତ ପଟ୍ଟନାୟକ, ପୂର୍ବତନ ଜିଲା ସଭାପତି ପ୍ରଭଞ୍ଜନ ମହାପାତ୍ର, ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର, ଭାଜପା ଜିଲା ସମ୍ପାଦିକା ମମତା ପତି, ଯୁବ ମୋର୍ଚ୍ଚା ସଭାପତି ଜୟନ୍ତ ଦାଶ, ବରିଷ୍ଠ ଭାଜପା ନେତା ରବି ଦାସ, ସଞ୍ଜୀବ ମୁଖାର୍ଜୀ, ଦୀନବନ୍ଧୁ ପ୍ରତିହାରୀ, ମଧୁସୂଦନ ସିଂହାରୀଙ୍କ ସମେତ ଏକାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri