ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି। ତେବେ ଏହି ଘଟଣାରେ ପୋଲିସ ଶୁକ୍ରବାର ତୃତୀୟ ଅଭିଯୁକ୍ତ ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗାଁ ଆଳିଆପୁଟୁ ଗ୍ରାମର ରାମଚନ୍ଦ୍ର ପ୍ରଧାନ(୩୨)ଙ୍କୁ ଗିରଫ କରିଥିଲା।

ସୂଚନାଯୋଗ୍ୟ, ପୀଡିତାଙ୍କ ବୟାନଙ୍କ ଅନୁଯାୟୀ ସେ ନିମାପଡାରୁ ପୁରୀ ପୋଲିସ କ୍ୱାର୍ଟର୍ସରକୁ ଆସିଥିବା କାରକୁ ନେଇ ବିବାଦ ଘେରରେ ରହିଛି ପୁରୀ ପୋଲିସ। ବ୍ୟାବହୃତ କାର ଟି କାହାର ଏବଂ ଏହା କେଉଁଠି ଅଛି, ସେ ସମ୍ପର୍କରେ ପୋଲିସ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ପ୍ରଦାନ କରିନାହିଁ। ଘଟଣା ଦିନ ବିଳମ୍ବିତ ରାତିରେ ଗିରଫ ବହିଷ୍କୃତ କନଷ୍ଟେବଲ ଜିତେନ୍ଦ୍ର ସେଠୀ ଓ ରାଜେଶ ସେଠୀଙ୍କଠାରୁ ଗୋଟିଏ ବାଇକ ଓ ସ୍କୁଟି ଜବତ କରାଯାଇଥିବା ନେଇ ମଙ୍ଗଳବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଡିଆଇଜି ଆଶିଷ କୁମାର ସିଂ ସୂଚନା ଦେଇଥିଲେ। ତେବେ ପୀଡିତାଙ୍କ ବୟାନ ଏବଂ ପୋଲିସର ସୂଚନାକୁ ନେଇ ସୃଷ୍ଟି ହୋଇଛି ବିବାଦ। ଅନ୍ୟପଟେ ଗିରଫ ବହିଷ୍କୃତ କନଷ୍ଟେବଳଙ୍କ ଦ୍ୱିତୀୟ ସ୍ତ୍ରୀ ଗଣବଳତ୍କାର ହୋଇଥିବା ସଂପୃକ୍ତ ପୋଲିସ କ୍ୱାର୍ଟର୍ସରେ ଜିତେନ୍ଦ୍ର ସେକ୍ସ ର଼୍ୟାକେଟ ଚଳାଇ ଆସୁଥିଲେ ବୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି। ଏ ନେଇ ଏସ୍‌ପିଙ୍କୁ ପଚାରିବାରେ ସେ ଏହାକୁ ଏଡାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri