ପୁରୀ ବନ୍ଦ ପ୍ରଭାବ ଶୂନ୍ୟ

ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି କେତୋଟି ଦୋକାନ ବ୍ୟତୀତ ଆଉ ସବୁ ଖୋଲା ଥିଲା। ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ସ୍ବାଭାବିକ ରହିଥିଲା।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରା ହୋଇପାରିବ ନାହିଁ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ଏହି ନିଷ୍ପତ୍ତିକୁ ନେଇ ସମସ୍ତଙ୍କ ମନରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସମସ୍ତ ପ୍ରକାର ପ୍ରସ୍ତୁତି ସତ୍ତ୍ବେ କାହିଁକି ରଥଯାତ୍ରା ବନ୍ଦ କରାଗଲା ତାକୁ ନେଇ ଭକ୍ତ ଓ ସେବାୟତଙ୍କ ମଧ୍ୟରେ କ୍ଷୋଭ ସୃଷ୍ଟି ହୋଇଛି। ତେଣୁ ବିନା ଭକ୍ତରେ ରଥଯାତ୍ରା ହେଉ ଦାବି କରି ଉପରୋକ୍ତ ଦୁଇ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ଘଣ୍ଟିଆ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। କିନ୍ତୁ ଏହା ପ୍ରଭାବ ଶୂନ୍ୟ ରହିଥିଲା। ସକାଳେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀର ଆବାହକ ସ୍ବାଧୀନ କୁମାର ପଣ୍ଡାଙ୍କ ସମେତ ସୁଜିତ ମହାପାତ୍ର, ପ୍ରେମଜିତ୍‌ ମହାନ୍ତି, ଅମରେନ୍ଦ୍ର ପାଇକରାୟ, ବିଶ୍ୱନାଥ ଦାଶ, ଅନିମେଶ ପଟ୍ଟନାୟକ, ସର୍ବେଶ୍ୱର ସ୍ବାଇଁ, ଚନ୍ଦନ ବିଶ୍ୱାଳ ପ୍ରମୁଖ ବଡ଼ଶଙ୍ଖସ୍ଥିତ ଏକ ଘରୋଇ ସ୍ଥାନରେ ଉପସ୍ଥିତ ଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ସେମାନଙ୍କୁ ସେଠାରେ ପ୍ରାୟ ୬ଘଣ୍ଟା ଅଟକ ରଖିଥିଲା। ପରେ ସେମାନଙ୍କୁ ଛାଡ଼ିି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?