ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍‌ ଗାର୍ଡ

ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍‌ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କ ହେଲେ ଭଦ୍ରକ ଜିଲା ତିହିଡ଼ିର ଲୀଳାବତୀ ସାହୁ।

ସକାଳେ ଲୀଳାବତୀ ପରିବାର ସହ ସମୁଦ୍ରକୂଳରେ ଛିଡ଼ା ହୋଇଥିବା ବେଳେ ଏକ ଉଚ୍ଚ ଲହଡ଼ି ଆସିଥିଲା। ଏଥିରେ ସେ ସମୁଦ୍ର ଭିତରକୁ ଭାସି ଯାଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲାଇଫ ଗାର୍ଡ ଜି. ଚକ୍ରଧର ଏବଂ କେ. ଅଜିତ୍‌ ଟ୍ୟୁବ୍‌ ସାହାଯ୍ୟରେ ଭିତରକୁ ଯାଇ ତାଙ୍କୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଡାକ୍ତରଖାନା ନିଆଯାଇ ଚିକିତ୍ସା କରାଯାଇଛି। ଗତ କିଛି ଦିନ ହେବ ପୁରୀ ସମୁଦ୍ରରେ ରିପ୍‌ କରେଣ୍ଟ ସୃଷ୍ଟି ହେଉଥିବାରୁ ଏଭଳି ଅଘଟଣ ଘଟିଥିବା ଲାଇଫ୍‌ ଗାର୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri