ପୁରୁଣା ଜିମ୍ନାସିୟମ ଏବେ ଖାଁ ଖାଁ

କୋରାପୁଟ,୧।୫(ସ୍ବ.ପ୍ର.): ସୋମବାର ଅପରାହ୍ନରେ କାଳବୈଶାଖୀର ୫୦ ମିନିଟ କୋରାପୁଟ ସହରକୁ ଏକପ୍ରକାର ଛିନଛତ୍ର କରିଦେଇଛି। ୧୮ ଘଣ୍ଟା ପରେ ସହରରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇଛି। ବିଦ୍ୟୁତ ବିଭାଗ କର୍ମଚାରୀ ସୋମବାର ରାତିରେ ଲାଇଟ ଲଗାଇ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ଦ୍ୱାରା ମଙ୍ଗଳବାର ସକାଳ ୮ଟାରେ ସହରବାସୀ ସ୍ବାଭିବକ ବିଦ୍ୟୁତ ସେବା ପାଇଛନ୍ତି। ଅନ୍ୟ କେତେକ ଅଞ୍ଚଳରେ ସେବା ସ୍ବାଭାବିକ କରିବା ପାଇଁ ଲାଗିଛି ବିଦ୍ୟୁତ ବିଭାଗ। କାଳବୈଶାଖୀ ଯୋଗୁ ସହରର ଅମଲାକୁଟିର ରାସ୍ତାରେ ୧୯୯୦ରୁ ସ୍ଥାପିତ ତଥା ସର୍ବପୁରାତନ ଜିମ୍ନାସିୟମ ଟିଣ ଉଡ଼ିଯାଇଛି। ପ୍ରତିଦିନ ଏଠାକୁ ଆସୁଥିବା ୩ଶହରୁ ଊର୍ଦ୍ଧ୍ୱ ଯୁବକ ମଙ୍ଗଳବାର ସକାଳେ ଜିମ୍ନାସିୟମର ଏପରି ଅବସ୍ଥା ଦେଖି ମର୍ମାହତ ହୋଇଛନ୍ତି। ୩୦ ବର୍ଷତଳେ ଯୁବକମାନଙ୍କ ନିଜସ୍ବ ଉଦ୍ୟମ ସହ ଜିଲା ପ୍ରଶାସନର ସହଯୋଗରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଏହା ଆରମ୍ଭ ହୋଇଥିଲା। ପରେ କୋରାପୁଟ ବିଧାୟକ ପାଣ୍ଠିରୁ ଦେଢଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ମଲଟିଜିମ ସ୍ଥାପନ କରାଯାଇଥିଲା। ଏହା ଏବେ ଏକପ୍ରକାର ଖାଁ ଖାଁ ଲାଗୁଛି। ଜିମ୍ନାସିୟମର ଏପରି ଅବସ୍ଥା ନେଇ ସହରର ବହୁ ଯୁବକ କୋରାପୁଟ ମ୍ୟୁନସିପାଲଟି ନିର୍ବାହୀ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମେ ୨୩ ପରେ ନିର୍ବାଚନ ଆଚରଣ ବିଧି ଉଠିବା ପରେ ଏହାର ମରାମତି କରାଯିବ ବୋଲି ନିର୍ବାହୀ ଅଧିକାରୀ ଯୁବକମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri