Posted inଜାତୀୟ

ପୁରୁଣା ପୋଷାକ ପାଇଁ ଭାଙ୍ଗିଗଲା ବାହାଘର: ମାତ୍ର ୧୦ ଘଣ୍ଟା ପରେ ଛାଡପତ୍ର ଦେଲେ ବର

ରାଞ୍ଚି, ୨୦।୬: ବିବାହର ମାତ୍ର ୧୦ ଘଣ୍ଟା ପରେ କନ୍ୟାକୁ ଛାଡପତ୍ର ଦେଇ ଚର୍ଚ୍ଚାକୁ ଆସିଛନ୍ତି ବର। ଝାଡଖଣ୍ଡର ଦେଓଘରରେ ଘଟିଛି ଏହି ଘଟଣା। ବିବାହରେ କନ୍ୟାକୁ ପୁରୁଣା ପୋଷାକ ଦେବାରୁ କନ୍ୟାଘର ପକ୍ଷ ଏଭଳି ପଦକ୍ଷେପ ନେଇଛନ୍ତି। ମୁସଲମାନ ସମାଜରେ ବିବାହ ସମୟରେ ବରଘର ପକ୍ଷରୁ ଲେହେଙ୍ଗା ଏବଂ ଶାଲଓ୍ବାର ସୁଟ୍‌ କନ୍ୟାଙ୍କୁ ଦିଆଯିବାର ପ୍ରଥା ଅଛି। ବର ଘର ପକ୍ଷରୁ ଏହି ପୋଷାକ ପୁରୁଣା ଦିଆଯାଇଥିବାରୁ ଉଭୟ ପକ୍ଷ ପାଟିତୁଣ୍ଡ କରିଥିଲେ। ସ୍ଥାନୀୟ ବିଧାୟକଙ୍କ ଉପସ୍ଥିତିରେ ପଞ୍ଚାୟତ ବସିଥିଲା। କିନ୍ତୁ କୌଣସି ସମାଧାନ ହୋଇପାରି ନ ଥିଲା। ଫଳରେ କନ୍ୟା ଘର ଯୌତୁକରେ ଦେଇଥିବା ୩.୪୦ଲକ୍ଷ ଟଙ୍କାକୁ ବରଘର ଘର ଫେରାଇ ଦେଇଥିଲେ। ବିବାହ ସରିଥିବାରୁ ମୁସଲମାନ ପରମ୍ପରା ଅନୁଯାୟୀ ବର କନ୍ୟାଙ୍କୁ ତିନିଥର ତଲାକ୍‌ କହିଥିଲେ। ଫଳରେ ବାହାଘର ଭାଙ୍ଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri