ପୁରୁଣା ବନ୍ଧୁଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ପ୍ଲାଟିନମ୍‌ ଜୁବିଲିର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ତାଙ୍କର ପୁରୁଣା ବନ୍ଧୁ ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ବୀରଭଦ୍ର ସିଂଙ୍କୁ ଭେଟିଥିଲେ। ଦୀର୍ଘ ୧୨ ବର୍ଷ ପରେ ଦୁଇ ବନ୍ଧୁଙ୍କ ସାକ୍ଷାତ୍‌ ହୋଇଥିଲା। ପ୍ଲାଟିନମ୍‌ ଜୁବିଲି ସମାରୋହର ସଭା ସ୍ଥଳରେ ରାଷ୍ଟ୍ରପତି ବନ୍ଧୁ ବୀରଭଦ୍ରଙ୍କୁ ଡାକି ସାକ୍ଷାତ୍‌ କରିଥିଲେ। ଏହାସହ ରାଷ୍ଟ୍ରପତି ଭବନ ଆସିବା ଲାଗି ବୀରଭଦ୍ରଙ୍କୁ ନିମନ୍ତ୍ରଣ କରିଥିଲେ ଏବଂ ଫଟୋ ମଧ୍ୟ ଉଠାଇଥିଲେ। ଅନ୍ୟପକ୍ଷରେ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରି ରାଷ୍ଟ୍ରପତି ଭବନକୁ ନିଶ୍ଚୟ ଯିବି ବୋଲି ବୀରଭଦ୍ର କହିଛନ୍ତି।
ସୂଚନାଯୋଗ୍ୟ, ୨୦୦୧ରୁ ୨୦୦୬ ପର୍ଯ୍ୟନ୍ତ କୋବି ଏବଂ ବୀରଭଦ୍ର ସିଂ ରାଜ୍ୟ ସଭାରେ ସଦସ୍ୟ ଥିଲେ। ଏହାପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିହାରର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୭ରୁ ସେ ଦେଶର ରାଷ୍ଟ୍ରପତିଭାବେ ଦାୟିତ୍ୱ ତୁଲାଉଛନ୍ତି। ବୀରଭଦ୍ର ସିଂ ୧୯୬୫ରୁ ୧୯୬୭ ଯାଏ ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ଆଜି ପୁରାତନ ଛାତ୍ର ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଳାବାଟ ଦେଇ ପଶିଆସୁଛନ୍ତି ପ୍ରବାସୀ

ଜଳେଶ୍ୱର, ୨୪।୪(ଡି.ଏନ.ଏ.)-କରୋନା ଦ୍ୱିତୀୟ ଲହର କାୟା ବିସ୍ତାର କରିଚାଲିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା-ପଶ୍ଚିମବଙ୍ଗ ଉପାନ୍ତ ସିଲ୍‌ କରାଯାଇଥିଲେ ମଧ୍ୟ ଏବେବି ବହୁ ସ୍ଥାନରେ ଗଳାବାଟ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରବାସୀଙ୍କ ଆତ୍ମହତ୍ୟା, ୬ ଦିନ ତଳେ ବିଜୟଓ୍ବାଡାରୁ ଫେରିଥିଲେ

ବେତନଟୀ,୧୫।୫(ଡି.ଏନ୍‌. ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତର ଡମ୍ବରୁଡହର ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ...

ରାଜକନିକା ପୁଅର କଳାକୃତି ଆଇଏମ୍‌ଏରେ ସ୍ଥାନ ପାଇଲା

ରାଜକନିକା,୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନହୁଣି ଗ୍ରାମର ତ୍ରିଲୋଚନ ବେହେରାଙ୍କ ବିରଳ କଳାକୃତି ଡେରାଡୁନସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ସ୍ଥାନ ପାଇଛି। ନହୁଣି...

ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ...

ପ୍ରେମିକ ଗିରଫ: ଲୁଟ୍‌ ଟଙ୍କାରେ ପ୍ରେମିକାଙ୍କୁ ଦେଉଥିଲେ ଦାମୀ ଉପହାର

କେନ୍ଦ୍ରାପଡ଼ା ଅଫିସ୍‌, ୧୩ା୬: ଚୋରି, ଡକାୟତି ଟଙ୍କାରେ ପ୍ରେମିକାଙ୍କୁ ଉପହାର ଦେବା ଭଳି ବହୁ ଘଟଣା ଟିଭି ସିରିଏଲ ଓ ସୋସିଆଲ ମିଡିଆରେ ଦେଖିବାକୁ ମିଳେ।...

‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’

ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି...

ଏସ୍‌ପି, ଡିଆଇଜିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନା ମୁକାବିଲାରେ ଆଗ ଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି ପୋଲିସ କର୍ମଚାରୀ। ଲକ୍‌ଡାଉନ୍‌ର ପଞ୍ଚମ ପର୍ଯ୍ୟାୟରେ କିଛି ପୋଲିସ ସଂକ୍ରମିତ ହେଉଥିବା ନଜରକୁ...

ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି...

Advertisement
Archives

Model This Week