ପୁରୁଣା ବ୍ରହ୍ମପୁରରେ ମାଙ୍କଡ଼ ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଆହତ, ମାରିଦେବାକୁ ଅଞ୍ଚଳବାସୀଙ୍କ ଦାବି

ବ୍ରହ୍ମପୁର ଅଫିସ,୨୨ା୫: ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଗତ ଏକ ମାସ ହେଲା ଏକ ପାଗଳ ହନୁମାଙ୍କଡ଼ର ଆତଙ୍କ ଦେଖିବାକୁ ମିଳିଛି। ମାଙ୍କଡ଼ଟି ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ କାମୁଡ଼ି ସାରିଲାଣି। ଭୟରେ ଲୋକମାନେ ଘରୁ ବାହାରକୁ ବାହାରୁ ନାହାନ୍ତି। ବନ ବିଭାଗ ଏହି ମାଙ୍କଡ଼କୁ ଧରିବା ପାଇଁ ବହୁ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଛି । ଏହାକୁ ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମାଙ୍କଡ଼କୁ ଗୁଳିକରି ମାରିଦେବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି ।
ପ୍ରାୟ ଏକ ମାସ ପୂର୍ବେ ଏହି ମାଙ୍କଡ଼ ଉକ୍ତ ଅଞ୍ଚଳରେ ବୁଲୁଥିବା ଲୋକେ ଦେଖିବାକୁ ପାଇଥିଲେ। ପ୍ରଥମେ କେହି ଏହାକୁ ଗୁରୁତର ସହ ନେଇ ନ ଥିଲେ । ହେଲେ ଦିନକୁ ଦିନ ମାଙ୍କଡ଼ର ଉତ୍ପାତ ଦେଖିବାକୁ ମିଳିଥିଲା । ରାସ୍ତା ଘାଟ ଯେଉଁଠି ଲୋକଙ୍କୁ ଦେଖିଲା ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା। ପୁରୁଣା ବ୍ରହ୍ମପୁର ଅଞ୍ଚଳର ପାଣ୍ଡବ ନଗର, ମାର୍ଥାପେଟା ସାହି, ରାଧାକୃଷ୍ଣ ସାହି, ମେଣ୍ଟୁ ଛକ, ତୋଟା ସାହି, ଗଣେଶ ନଗର, ଲକ୍ଷ୍ମୀନୃସିଂହ ସାହି ଏବଂ ପ୍ରହଲ୍ଲାଦ ନଗରରେ ମାଙ୍କଡ଼କୁ ଦେଖିବାକୁ ମିଳୁଛି । ବର୍ତ୍ତମାନ ସୁଦ୍ଧା ୩୦ରୁ ଊର୍ଦ୍ଧ୍ୱ ଲୋକେ ମାଙ୍କଡ଼ କାମୁଡ଼ାରେ ଆହାତ ହେଲେଣି । ସେମାନଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ଲୋକେ ବନ ବିଭାଗର କର୍ମଚାରୀଙ୍କୁ ଜଣାଇବା ପରେ ସେମାନେ ଅଞ୍ଚଳ ସାରା ବୁଲିଥିଲେ ମଧ୍ୟ ମାଙ୍କଡ଼କୁ କାବୁ କରିପାରି ନାହାନ୍ତି। ବୁଧବାର ସକାଳେ ବ୍ରହ୍ମପୁର ରେଞ୍ଜ ରାଜା ରାଓ ସୁବୁଦ୍ଧିଙ୍କ ସମେତ ବନ ବିଭାଗର କର୍ମଚାରୀମାନେ ବାଟୁଳି, ଜାଲ ସହ ଅନ୍ୟାନ୍ୟ ସରଞ୍ଜାମ ଧରି ଅଞ୍ଚଳରେ ପହଞ୍ଚିଥିଲେ ମଧ୍ୟ ମାଙ୍କଡ଼କୁ କାବୁ କରିପାରି ନାହାନ୍ତି । ଗୋଟିଏ ପଟେ ବନ ବିଭାଗ ମାଙ୍କଡ଼କୁ ଧରିପାରୁ ନ ଥିବା ବେଳେ ଅନ୍ୟପଟେ ସ୍ଥାନୀୟ ଅଞ୍ଚଳର ଯୁବକମାନେ ହାତରେ ଠେଙ୍ଗା, ବାଡ଼ି ଧରି ସାହି ସାହି ବୁଲୁଛନ୍ତି । ନିଜ ନିଜ ଘର ଆଗରେ ଠେଙ୍ଗା ଧରି ଜଗିଛନ୍ତି । ପାଗଳ ମାଙ୍କଡ଼କୁ ମାରିଦେବା ପାଇଁ ସେମାନେ ଦାବି କରିଛନ୍ତି । ତେବେ ମାଙ୍କଡ଼କୁ ଟ୍ରାଙ୍କୁଲାଇଜ୍‌ କରିବା ପାଇଁ ଯୋଜନା ଚାଲିଥିବା ବନ ବିଭାଗର ଜଣେ ଅଧିକାରୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA)…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri