ପୁରୁଷୋତ୍ତମପୁରରେ ପୁଣି ମାତିଲେ ଲୁଟେରା : ବନ୍ଧୁକମୁନରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କଠାରୁ ଲୁଟ୍‌

ପୁରୁଷୋତ୍ତମପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ପୁଣି ମାତିଛନ୍ତି। ଭୂତସରସିଙ୍ଗ – କୋଦଳା ମୁଖ୍ୟରାସ୍ତାର ଅରଖପୁର ଛକ ଭଙ୍ଗାଶଙ୍ଖ ନିକଟରେ ସୋମବାର ସକାଳେ କଳାମୁଖାଧାରୀ ଲୁଟେରାମାନେ ଅରଖପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ କାଶୀନାଥ ତିଆଡ଼ିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ମୋଟରସାଇକେଲ, ୧୨ ହଜାର ଟଙ୍କା, ଅଫିସ ରେକର୍ଡପତ୍ର, ପାସ୍‌ବୁକ, ଚେକବୁକ୍‌ ଆଦି ଲୁଟି ନେଇଛନ୍ତି। ଆହତ ନିିର୍ବାହୀ ଅଧିକାରୀଙ୍କୁ ରାସ୍ତାରେ ଆସୁଥିବା କିଛି ବ୍ୟକ୍ତି ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଖବର ପାଇ ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣା ସମ୍ପର୍କରେ ପୋଲିସ ଓ ବିଡିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ଘଟଣାସ୍ଥଳକୁ ଯାଇ ତଦନ୍ତ ଚଲାଇଛନ୍ତି।
ନିିର୍ବାହୀ ଅଧିକାରୀଙ୍କଠାରୁ ପ୍ରକାଶ, ସେ ଭୀମପୁର ଗ୍ରାମରେ ରହୁଥିବା ଭଡ଼ାଘରୁ ମୋଟରସାଇକେଲ ଡିକିରେ ୧୨ ହଜାର ଟଙ୍କା, ଅଫିସ ରେକର୍ଡପତ୍ର, ବ୍ୟାଙ୍କ ପାସବୁକ୍‌ ଆଦି କାଗଜପତ୍ର ଧରି ପଞ୍ଚାୟତ କାର୍ଯ୍ୟାଳୟକୁ ଭତ୍ତା ଟଙ୍କା ବାଣ୍ଟିବା ଲାଗି ଯାଉଥିଲେ। ଏହି ସମୟରେ ପଛରୁ ଏକ ମୋଟରସାଇକେଲରେ ତିନି ଜଣ ଦୁର୍ବୃତ୍ତ ମୁହଁରେ କଳା ମୁଖାପିନ୍ଧି ତାଙ୍କର ଗାଡ଼ିକୁ ଅତର୍କିତ ଭାବେ ଧକ୍କା ମାରିଥିଲେ। ଫଳରେ ସେ ତଳେ ପଡ଼ିଯିବା ପରେ ଲୁଟେରାମାନେ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ମାଡ଼ମାରି ଟଙ୍କା, ଗାଡ଼ି ସହ ଅନ୍ୟାନ୍ୟ ଦରକାରୀ କାଗଜପତ୍ର ନେଇ କୋଦଳା ଅଭିମୁଖେ ଚମ୍ପଟ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?