ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର

କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ ଆତସାହି ଛକଠାରେ ଆକ୍ରମଣ କରିଥିଲେ। ଖବର ପାଇଁ ତାଙ୍କ ପୁଅ ଦିଲୀପ ସ୍ବାଇଁ(୩୧) ଏବଂ ତାଙ୍କ ସାଙ୍ଗ ବିପିନ ମୁଦୁଲି ଘଟଣାସ୍ଥଳରେ ପହଞ୍ଚିବାରୁ ଦୃର୍ବୁତ୍ତ ଦିଲୀପଙ୍କୁ ଛୁରା ମାଡ କରିବା ସହ ବିପିନଙ୍କ ଉପରେ କାର୍‌ ଚଢାଇ ଦେଇଥିଲେ। ସ୍ଥାନୀୟ ଲୋକେ ଚିତ୍କାର ଶୁଣି ଘଟଣାସ୍ଥଳରେ ଞdଞ୍ଚିବାରୁ ଦୁର୍ବୃତ୍ତମାନେ କାର ଏବଂ ଛୁରୀ ଛାଡି ସେଠାରେ ପଳାଇଥିଲେ। ବାପ, ପୁଅ ଏବଂ ବିପିନଙ୍କୁ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦିଲୀପଙ୍କୁ ମୃତ ଘୋଷଣା କରିଥିବାବେଳେ ତାଙ୍କ ବାପା ଏବଂ ସାଙ୍ଗ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ମାମଲା ରୁଜୁ କରାଯାଇ ନ ଥିଲେ ମଧ୍ୟ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଆଇସି ଶରତ କୁମାର ନାୟକ କହିଛନ୍ତି। ପୂର୍ବ ଶତ୍ରୁତାରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି। ପେଟେ ଦୋଷୀକୁ ତୁରନ୍ତ ଗିରଫ ଦାବିରେ ସ୍ଥାନୀୟ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri