ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର

କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ ଆତସାହି ଛକଠାରେ ଆକ୍ରମଣ କରିଥିଲେ। ଖବର ପାଇଁ ତାଙ୍କ ପୁଅ ଦିଲୀପ ସ୍ବାଇଁ(୩୧) ଏବଂ ତାଙ୍କ ସାଙ୍ଗ ବିପିନ ମୁଦୁଲି ଘଟଣାସ୍ଥଳରେ ପହଞ୍ଚିବାରୁ ଦୃର୍ବୁତ୍ତ ଦିଲୀପଙ୍କୁ ଛୁରା ମାଡ କରିବା ସହ ବିପିନଙ୍କ ଉପରେ କାର୍‌ ଚଢାଇ ଦେଇଥିଲେ। ସ୍ଥାନୀୟ ଲୋକେ ଚିତ୍କାର ଶୁଣି ଘଟଣାସ୍ଥଳରେ ଞdଞ୍ଚିବାରୁ ଦୁର୍ବୃତ୍ତମାନେ କାର ଏବଂ ଛୁରୀ ଛାଡି ସେଠାରେ ପଳାଇଥିଲେ। ବାପ, ପୁଅ ଏବଂ ବିପିନଙ୍କୁ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦିଲୀପଙ୍କୁ ମୃତ ଘୋଷଣା କରିଥିବାବେଳେ ତାଙ୍କ ବାପା ଏବଂ ସାଙ୍ଗ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ମାମଲା ରୁଜୁ କରାଯାଇ ନ ଥିଲେ ମଧ୍ୟ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଆଇସି ଶରତ କୁମାର ନାୟକ କହିଛନ୍ତି। ପୂର୍ବ ଶତ୍ରୁତାରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି। ପେଟେ ଦୋଷୀକୁ ତୁରନ୍ତ ଗିରଫ ଦାବିରେ ସ୍ଥାନୀୟ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri