Posted inଜାତୀୟ

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌ ତିଓ୍ବାରୀଙ୍କ ପକ୍ଷରୁ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଜି. କିଶନ ରେଡ୍ଡୀ ଦେଇଛନ୍ତି। ଏହି ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଷଡ଼ଯନ୍ତ୍ର ରଚିଥିଲା। ଏଥିରେ ଜଣେ ଆତ୍ମଘାତୀଙ୍କ ସମେତ ୫ ଜଣ ଆତଙ୍କବାଦୀ ସମ୍ପୃକ୍ତ ଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୨ ଜଣଙ୍କର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଷଡ଼ଯନ୍ତ୍ର ରଚିଥିବା ଆତଙ୍କବାଦୀ ମୁଦାସୀର ଅହମ୍ମଦ୍‌ଙ୍କୁ ଏନ୍‌କାଉଣ୍ଟର କରାଯାଇଛି ବୋଲି କେନ୍ଦ୍ର ସରକାର ଲୋକ ସଭାରେ ତଥ୍ୟ ଉପସ୍ଥାପନ କରିଛନ୍ତି। ଜାତୀୟ ତଦନ୍ତ ସଂସ୍ଥା(ନ୍ୟାସନାଲ ଇନଭେଷ୍ଟିଗେସନ୍‌ ଏଜେନ୍ସି) ପକ୍ଷରୁ କରାଯାଇଥିବା ଯାଞ୍ଚ୍‌ରୁ ଏହା ଜଣାପଡ଼ିଛି ବୋଲି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri