Posted inଜାତୀୟ

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌ ତିଓ୍ବାରୀଙ୍କ ପକ୍ଷରୁ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଜି. କିଶନ ରେଡ୍ଡୀ ଦେଇଛନ୍ତି। ଏହି ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଷଡ଼ଯନ୍ତ୍ର ରଚିଥିଲା। ଏଥିରେ ଜଣେ ଆତ୍ମଘାତୀଙ୍କ ସମେତ ୫ ଜଣ ଆତଙ୍କବାଦୀ ସମ୍ପୃକ୍ତ ଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୨ ଜଣଙ୍କର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଷଡ଼ଯନ୍ତ୍ର ରଚିଥିବା ଆତଙ୍କବାଦୀ ମୁଦାସୀର ଅହମ୍ମଦ୍‌ଙ୍କୁ ଏନ୍‌କାଉଣ୍ଟର କରାଯାଇଛି ବୋଲି କେନ୍ଦ୍ର ସରକାର ଲୋକ ସଭାରେ ତଥ୍ୟ ଉପସ୍ଥାପନ କରିଛନ୍ତି। ଜାତୀୟ ତଦନ୍ତ ସଂସ୍ଥା(ନ୍ୟାସନାଲ ଇନଭେଷ୍ଟିଗେସନ୍‌ ଏଜେନ୍ସି) ପକ୍ଷରୁ କରାଯାଇଥିବା ଯାଞ୍ଚ୍‌ରୁ ଏହା ଜଣାପଡ଼ିଛି ବୋଲି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri