Posted inଜାତୀୟ

ପୁଲ୍‌ଓ୍ବାମା ଆକ୍ରମଣ: ବାପ-ଝିଅ ଗିରଫ

ଶ୍ରୀନଗର,୪ା୩(ପି.ଟି.): ଗତବର୍ଷ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହି ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମଙ୍ଗଳବାର ଜଣେ ବ୍ୟକ୍ତି ଓ ତାଙ୍କ ଝିଅଙ୍କୁ ଗିରଫ କରିଛି। ଏହି ଆକ୍ରମଣ ଷଡ଼ଯନ୍ତ୍ର ସହ ସେମାନେ ଜଡ଼ିତ ଥିଲେ ବୋଲି ଏନ୍‌ଆଇଏ ଜାଣିବାକୁ ପାଇଛି। ପୁଲ୍‌ଓ୍ବାମା ଜିଲାର ହକ୍‌ରିପୋରା ବାସିନ୍ଦା ତାରିକ୍‌ ଅହମଦ ଶାହ ଓ ତାଙ୍କ ଝିଅ ଇନ୍‌ଶା ଜାନ୍‌ଙ୍କ ଘରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଆଦିଲ ଅହମଦ ଦର ଏକ ଭିଡିଓ ଶୁଟିଂ କରିଥିଲା। ଆକ୍ରମଣ ପରେ ପାକିସ୍ତାନରେ ଉକ୍ତ ଭିଡିଓ ପ୍ରସାରଣ କରାଯାଇଥିଲା। ଟ୍ରକ୍‌ ଡ୍ରାଇଭର ଥିବା ଶାହଙ୍କ ଘରେ ଆଦିଲଙ୍କ ସମେତ ପାକିସ୍ତାନୀ ଆତଙ୍କବାଦୀ ତଥା ଆଇଇଡି ପ୍ରସ୍ତୁତକାରୀ ମହମ୍ମଦ ଉମର ଫାରୁକ୍‌, କାମରନ, ପୁଲ୍‌ଓ୍ବାମାର ଜେଇଏମ୍‌ ଆତଙ୍କବାଦୀ ସମୀର ଅହମଦ ଦର୍‌ ଏବଂ ଇସ୍‌ମାଇଲ ଓରଫ ଇବ୍ରାହିମ ଓରଫ ଆଦନାନ ରହୁଥିଲେ। ସେମାନେ ସେଠାରେ ଆତ୍ମଘାତୀ ଆକ୍ରମଣର ଯୋଜନା ପ୍ରସ୍ତୁତ କରିବା ସହ ଏହାର ଭିଡିଓ ପ୍ରସ୍ତୁତ କରିଥିଲେ ବୋଲି ଏନ୍‌ଆଇଏ ମୁଖପାତ୍ର କହିଛନ୍ତି। ଆତଙ୍କବାଦୀମାନେ ଶାହଙ୍କ ଘରେ ୨୦୧୮-୧୯ ମଧ୍ୟରେ ଏକାଧିକ ଥର ରହିଥିଲେ। ଶାହଙ୍କ ଝିଅ ଇନ୍‌ଶା ସେମାନଙ୍କୁ ଖାଦ୍ୟ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେଉଥିଲେ। ଇନ୍‌ଶା ଆତଙ୍କବାଦୀ ମହମ୍ମଦ ଉମର ଫାରୁକଙ୍କ ସହ ନିୟମିତ ଯୋଗାଯୋଗରେ ଥିଲେ ବୋଲି ଏନ୍‌ଆଇଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri