Posted inଖେଳ

ପୂଜାରାଙ୍କୁ ବୋଲିଂ କରିବା କଷ୍ଟକର: କୁମିନ୍ସ

ମେଲବୋର୍ନ,୨୬।୪(ପି.ଟି.): ଭାରତୀୟ ଟେଷ୍ଟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କୁ ବୋଲିଂ କରିବା କଷ୍ଟକର ବୋଲି ବିଶ୍ୱର ୧ ନମ୍ବର ଦ୍ରୁତ ବୋଲର ଅଷ୍ଟ୍ରେଲିଆର ପ୍ୟାଟ କୁମିନ୍ସ କହିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥିବା ପୂଜାରା ପ୍ରତିପକ୍ଷ ଦଳ ପାଇଁ ମୁଣ୍ଡ ବ୍ୟଥାର କାରଣ ସାଜିଥାନ୍ତି। ୩ ନମ୍ବରରେ ବ୍ୟାଟିଂ କରିବାକୁ ଆସୁଥିବା ପୂଜାରାଙ୍କ ବ୍ୟାଟିଂ ବେଶ୍‌ ଦମ୍‌ଦାର। ୨୦୧୮-୧୯ ଅଷ୍ଟ୍ରେଲିଆରେ ଭାରତର ଐତିହାସିକ ସିରିଜ ବିଜୟରେ ତାଙ୍କର ବେଶ୍‌ ପ୍ରଭାବୀ ଭୂମିକା ରହିଥିଲା ଓ ପୂଜାରାଙ୍କ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି ବୋଲି କୁମିନ୍ସ କହିଛନ୍ତି। ବିଶ୍ୱରେ ଏକାଧିକ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନ ରହିଛନ୍ତି। କିନ୍ତୁ ପୂଜାରା ଆମକୁ ବହୁତ ଯନ୍ତ୍ରଣା ଦେଇଛନ୍ତି ବୋଲି ସେ କୁହନ୍ତି। ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ପୂଜାରା ୭୪ ରନ ହାରରେ ୫୨୧ ରନ ସଂଗ୍ରହ କରି ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏହି ସିରିଜରେ ସେ ୩ଟି ଶତକ ଓ ଗୋଟିଏ ଅର୍ଦ୍ଧଶତକ ହାସଲ କରିଥିଲେ। ପୂଜାରାଙ୍କୁ ଆଉଟ୍‌ କରିବା ପାଇଁ ଅଷ୍ଟ୍ରେଲିଆ ବୋଲରଙ୍କୁ ବେଶ୍‌ କଷ୍ଟ କରିବାକୁ ପଡିଥିଲା। ଟେଷ୍ଟ କ୍ରିକେଟରେ ସେ ସବୁଠାରୁ କଠିନତମ ବ୍ୟାଟ୍ସମ୍ୟାନ ବୋଲି କୁମିନ୍ସ କୁହନ୍ତି। ଦମ୍‌ଦାର ପ୍ରଦର୍ଶନ କରି ପୂଜାରା ମ୍ୟାନ୍‌ ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri