ପୂଜାର୍ଚ୍ଚନାରେ ସୀମିତ ହନୁମାନ ଜୟନ୍ତୀ

ସମ୍ବଲପୁର, ୧୩।୪ (ବ୍ୟୁରୋ)- କରୋନା ଭୂତାଣୁ ସମଗ୍ର ବିଶ୍ୱକୁ ଗ୍ରାସିଛି । ପ୍ରତିଷେଧକ ଭାବେ ଦେଶରେ ଲକ୍‌ ଡାଉନ ଚାଲିଛି । ସମସ୍ତ ଧାର୍ମିକ ପୀଠରେ ମଧ୍ୟ ତାଲା ଝୁଲୁଛି । ଏଣୁ ସମ୍ବଲପୁରର ପ୍ରସିଦ୍ଧ ହନୁମାନ ଜୟନ୍ତୀ ଶୋଭାଯାତ୍ରା କରୋନା କଟକଣା ଯୋଗୁ କେବଳ ପୂଜାର୍ଚ୍ଚନାରେ ହିଁ ସୀମିତ ରହିଛି। ସୋମବାର ସହରର ହନୁମାନ ମନ୍ଦିର ଗୁଡିକରେ ପଣା ସଂକ୍ରାନ୍ତି ଓ ହନୁମାନଙ୍କ ପୂଜାର୍ଚ୍ଚନା ନିଡାମ୍ବରରେ କରାଯାଇଛି। ବ୍ରୁକ୍ସହିଲ୍‌ ସ୍ଥିତ ପ୍ରସିଦ୍ଧ ହନୁମାନ ମନ୍ଦିରରେ ସକାଳେ ପରମ୍ପରା ଓ ରୀତିନୀତି ସହ ମୁଖ୍ୟ ପୂଜକ ହରିଶ୍ଚନ୍ଦ୍ର ମିଶ୍ର ପୂଜାର୍ଚ୍ଚନା କରିଥିଲେ । ଏହାପରେ ପଣ୍ଡିତ ବ୍ୟାସଦେବ ପଣ୍ଡା ହୋମଯଜ୍ଞ କରିଥିଲେ। ଅବଶ୍ୟ ଭକ୍ତମାନେ ମନ୍ଦିର ମୁଖ୍ୟ ଫାଟକରେ ଦୀପ ଜାଲୁଥିବା ଦେଖିବାକୁ ମିଳିଛି। ତେବେ ନେଇ ହନୁମାନ ଜୟନ୍ତୀ ସମନ୍ବୟ ସମିତି ସାଧାରଣ ସମ୍ପାଦକ ସୁଧୀର ରଞ୍ଜନ ବହିଦାର କହିଛନ୍ତି ଯେ, ସହରରେ ଥିବା ୩୫ଟି ହନୁମାନ ଜୟନ୍ତୀ କମିଟି ସିମିତିର କର୍ମକର୍ତ୍ତା ସନ୍ଧ୍ୟା ୫ଟା ୫୫ରେ ପୂଜାର୍ଚ୍ଚନା କରି ଦୀପ ପ୍ରଜ୍ୱଳନ କରିବେ । ବିଶ୍ୱ କିପରି ଏହି ମହମାରିରୁ ମୁକ୍ତି ମିଳିବ ସେ ନେଇ ହନୁମାନ ଚାଳିଶା ପାଠ ସହ ସେମାନେ ଦୀପ ଦାନ କରିବେ। ଜିଲା ପ୍ରଶାସନର ନିୟମ ପାଳନ କରାଯିବ । କେବଳ ୬ଟି କମିଟିର ସଭ୍ୟ ସଚେତନତା ସହ ଦୂରତ୍ୱ ପାଳନ କରି ପ୍ରସାଦବଣ୍ଟନ କରିବେ ବୋଲି ସୁଧୀର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର ୧୩/୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri