ପୂରଣ ହେଲା ଦାବି, ଗଡ଼ିିଲା ନୂଆ ୧୦୮ ଆମ୍ବୁଲାନ୍ସ

ଚିତ୍ରଡ଼ା,୬ା୫(ଡି.ଏନ୍‌.ଏ.)- ବହୁ ଦିନର ଦାବି ପରେ ମୟୂରଭଞ୍ଜ ଜିଲାର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ଟି ନୂଆ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ପୂର୍ବରୁ ରାସଗୋବିନ୍ଦପୁର ଏବଂ ମୋରଡାରେ ଥିବା ୨ଟି ୧୦୮ ଆମ୍ବୁଲାନ୍ସ ପୁରୁଣା ହେବାରୁ ରୋଗୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିଲେ। ରୋଗୀଙ୍କୁ ଡାକ୍ତରଖାନା ନେଇ ଯାଉଥିବା ବେଳେ ଉକ୍ତ ଆମ୍ବୁଲାନ୍ସ ୨ଟିର ଚକା ବିଭିନ୍ନ ସ୍ଥାନରେ ପମ୍ପଚର ହେଉଥିଲା ତ କେଉଁଠି ଷ୍ଟାର୍ଟ ବନ୍ଦ ହୋଇ ଯାଉଥିଲା। ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁୁ ବାରମ୍ବାର ଦାବି ପରେ ମଙ୍ଗଳବାର ରାଜ୍ୟ ସରକାର ୨ଟି ନୂଆ ୧୦୮ ଆମ୍ବୁଲାନ୍ସ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯୋଗାଇ ଦେଇଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ସଂଗ୍ରାମ ସାହୁଙ୍କ ସୂଚନା ଅନୁଯାୟୀ, ୨ଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଚିତ୍ରଡା ମେଡିକାଲକୁ ମିଳିଥିବା ବେଳେ ଅନ୍ୟଟି ରାସଗୋବିନ୍ଦପୁର ଡାକ୍ତରଖାନାକୁ ପ୍ରଦାନ କରାଯାଇଛି। ମେଡ଼ିକାଲ ଅଫିସର, ୧୦୮ କ୍ଲଷ୍ଟରଲିଡର ସାୟନ ବୋଷ, ୧୦୮ କର୍ମଚାରୀ ଏବଂ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ୟାନ୍ୟ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଏହି ୨ଟି ଆମ୍ବୁଲାନ୍ସ ଗଡ଼ିଥିଲା। ଏନେଇ ସାଧାରଣରେ ସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri