ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହି ଗାଁର ପୂର୍ଣ୍ଣ ଜେନାଙ୍କୁ ଏକ ହତ୍ୟା ମାମଲାର ସାକ୍ଷୀ ନ ଦେବା ନେଇ ଧମକ ଦେବା ସହ ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିଲା। ପୂର୍ଣ୍ଣ ବର୍ତ୍ତମାନ ବ୍ରହ୍ମପୁରରେ ଚିକିତ୍ସିତ ହେଉଥିବା ବେଳେ ସଦର ଥାନା ପୋଲିସ ମାମଲାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ମାମଲାରେ ମାଷ୍ଟରମାଇଣ୍ଡ ତଥା ମୁଖ୍ୟ ଅଭିଯୁକ୍ତ ବଶିଷ୍ଟ ଜେନା, ବାବୁଲା ଜେନା ଓ ତାଙ୍କ ସହଯୋଗୀମାନେ ବର୍ତ୍ତମାନ ସୁଦ୍ଧା ଫେରାର ଅଛନ୍ତି। ଏହି ଫେରାର ଅଭିଯୁକ୍ତମାନେ ଗ୍ରାମରେ ଅନାୟସରେ ବୁଲୁଥିବା ନେଇ ପୂର୍ଣ୍ଣଙ୍କ ଭାଇ ତଥା କୁକୁଡ଼ାଖଣ୍ଡି ବ୍ଲକର ପୂର୍ବତନ ବିଜେଡି ସଭାପତି ଓ ରୋହିଗାଁର ପୂର୍ବତନ ସମିତି ସଭ୍ୟ ସନ୍ନ୍ୟାସୀ ଜେନା ଏସ୍‌ପି ପିନାକ ମିଶ୍ରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସନ୍ନ୍ୟାସୀ ଓ ତାଙ୍କ ପରିବାରବର୍ଗ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟଙ୍କୁ ସେମାନଙ୍କର ଦାବିପତ୍ର ପ୍ରଦାନ କରିଛନ୍ତି।
ଏଥିରେ ଉଲ୍ଲେଖ ଅଛି ଯେ, ବଶିଷ୍ଟ ଜେନା ଓ ତାଙ୍କ ସହଯୋଗୀ ଘରକୁ ଆସି ଅଶୋକ ଜେନା ହତ୍ୟା ମାମଲାରେ ସାକ୍ଷୀ ନ ଦେବା ପାଇଁ ଧମକ ଦେବା ସହ ହତ୍ୟା ଧମକ ଦେଉଥିବା ସେ ଅଭିଯୋଗ କରିଛନ୍ତି । ବର୍ତ୍ତମାନ ତାଙ୍କ ପରିବାରବର୍ଗଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଏସ୍‌ପିଙ୍କୁ ଲିଖିତ ଭାବେ ସେମାନେ ଜଣାଇବା ସହ ମୁଖ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସେ ଦାବି କରିଛନ୍ତି । ନଚେତ୍‌ ଆଗାମୀ ଦିନରେ ସେ ଓ ତାଙ୍କର ପରିବାରବର୍ଗ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି ।
ସୂଚନାଯୋଗ୍ୟ, ୨୦୧୫ ସେପ୍ଟମ୍ବର ୭ ତାରିଖରେ ପୂର୍ବ ଶତ୍ରୁତାଙ୍କୁ କେନ୍ଦ୍ର କରି ପୂର୍ଣ୍ଣଙ୍କୁ ହତ୍ୟା ଉଦ୍ୟମ କରି ବଶିଷ୍ଟ ଓ ତାଙ୍କ ସହଯୋଗୀ ଗିରଫ ହୋଇଥିଲେ। ଏହାପରେ ୨୦୧୭ ମାର୍ଚ୍ଚ ୧୮ ରେ ପୂର୍ଣ୍ଣଙ୍କ ଭାଇ ଅଶୋକ ଜେନାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଥିଲା। ଏହି ମାମଲାରେ ବଶିଷ୍ଟ ଓ ତାଙ୍କ ଅନ୍ୟ ସହଯୋଗୀ ସଂପୃକ୍ତ ଥିବା ବେଳେ ପୂର୍ଣ୍ଣ ଜେନା ମୁଖ୍ୟ ସାକ୍ଷୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri