ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ କୁମାର ପାଢୀ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ଗତ ୪ ତାରିଖରେ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ତାଙ୍କ ଜାମିନ ଆବେଦନ ଖାରଜ କରିଦେଇଥିଲେ। ପରେ ତାଙ୍କ ଓକିଲ ବିନୋଦଙ୍କ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। କରୋନା ପାଇଁ ହାଇକୋର୍ଟ ବନ୍ଦ ରହିଛି। ଅନ୍ୟପଟେ ବିନୋଦଙ୍କ ଓକିଲ ମଙ୍ଗଳବାର ପୁଣିଥରେ ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତିଙ୍କ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ। ବିନୋଦଙ୍କ ଅନ୍ତରୀଣ ଜାମିନ ଆବେଦନର ଭିଡ଼ିଓ କନ୍‌ଫରେନ୍ସି ଜରିଆରେ ଶୁଣାଣି କରି ବିଚାରପତି ଖାରଜ କରିଦେଇଛନ୍ତି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ଫଳରେ ବିନୋଦଙ୍କ ଜେଲରୁ ମୁକିଳିବା ଆଶା ମଉଳି ଯାଇଛି। ସେହିପରି ଘଟଣା ପରଠାରୁ ବିନୋଦଙ୍କ ସ୍ତ୍ରୀ ଫେରାର ଥିବା ଏସ୍‌ପି ସ୍ବାଇଁ କହିଛନ୍ତି।
ପ୍ରକାଶ ଯେ, ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢ଼ୀଙ୍କ ଘର ସମେତ ୧୨ଟି ସ୍ଥାନରେ ଗତ ୩ ଓ ୪ ତାରିଖରେ ଚଢାଉ କରାଯାଇଥିଲା। ଭିଜିଲାନ୍ସ ଟିମ୍‌ ଇଂ. ପାଢ଼ୀ ଓ ତାଙ୍କ ପରିବାରଙ୍କ ନାମରେ ଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ୫ କୋଟି ୧୨ ଲକ୍ଷ ୯୭ ହଜାର ୯୬୩ ଟଙ୍କା ଆକଳନ କରିଥିଲା। ସେଥିମଧ୍ୟରୁ ୩ କୋଟି ୮୭ ଲକ୍ଷ ୪୬ ହଜାର ୯୮୯ ଟଙ୍କାର ହିସାବ ବିନୋଦ ପାଢ଼ୀ ଭିଜିଲାନ୍ସକୁ ଦେଇପାରି ନ ଥିଲେ। ଯାହା ଫଳରେ ଉକ୍ତ ଟଙ୍କା ବିନୋଦ ପାଢ଼ୀ ଙ୍କ ଆୟବର୍ହିଭୁତ ସମ୍ପତ୍ତି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri