ପୂର୍ତ୍ତ ରାସ୍ତା କାମ ତଦାରଖ କଲେ ମନ୍ତ୍ରୀ

ଭୁବନ, ୫।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗରଠାରୁ ଯାଜପୁର ଜିଲା ଡୁବୁରୀକୁ ଗମନାଗମନ ସୁଗମ କରିବାକୁ ରେଙ୍ଗାଳି ବାମ କେନାଲ ପାର୍ଶ୍ୱରେ ନିର୍ମାଣ ଚାଲିଛି ପୂର୍ତ୍ତ ବିଭାଗ ରାସ୍ତା। ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କାମାକ୍ଷାନଗରଠାରେ ମଙ୍ଗଳବାର ଉକ୍ତ ରାସ୍ତାକାମର ତଦାରଖ କରିଛନ୍ତି। ୧୯ କିମି ୨୦୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ରାସ୍ତା ଲାଗି ୨୯ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହି ଅର୍ଥ ଯାଜପୁର ଜିଲା ଖଣିଜ ପାଣ୍ଠିରୁ ମଞ୍ଜୁର କରାଯାଇଛି। ଉକ୍ତ କାର୍ଯ୍ୟକୁ ପୂର୍ତ୍ତ ବିଭାଗ ଅନୁଧ୍ୟାନ କରୁଛି। ଏହି ରାସ୍ତା ନିର୍ମାଣ ସରିବା ପରେ କାମାକ୍ଷାନଗର, କଙ୍କଡ଼ାହାଡ଼, ଭୁବନ ବ୍ଲକ ସମେତ ସୀମାନ୍ତ ଯାଜପୁର ଜିଲାବାସୀ ଉପକୃତ ହେବେ।
ମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ, ଢେଙ୍କାନାଳ ଜିଲା ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ବାଳ, କାମାକ୍ଷାନଗର ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଉପ ନିର୍ବାହୀ ଯନ୍ତ୍ରୀ ପ୍ରତାପ ହରିପାଲ, ସହକାରୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ମଲ୍ଲିକଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ନିଜ ପ୍ରତିକ୍ରିୟରେ କହିଛନ୍ତି, ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହେଲେ କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳବାସୀଙ୍କ ବ୍ୟବସାୟିକ ଉନ୍ନତି ହୋଇପାରିବ। କୃଷି ଏବଂ କୃଷକମାନଙ୍କ ଆର୍ଥିକ ମାନଦଣ୍ଡ ବିକାଶରେ ଏହି ରାସ୍ତା ପ୍ରମୁଖ ଭୂମିକା ଗ୍ରହଣ କରିବ। ରାସ୍ତା କାର୍ଯ୍ୟ ଉନ୍ନତମାନର ହୋଇଛି। ଏଥିପାଇଁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଏବଂ ଜିଲାପାଳଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…

କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍‌): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri