ପୂର୍ବତଟ ରେଳପଥକୁ ଦୁଇ ପୁରସ୍କାର

ଭୁବନେଶ୍ୱର,୨-୮:ପୂର୍ବତଟ ରେଳପଥକୁ ସମ୍ମାନଜନକ ଆକାଉଣ୍ଟସ ଓ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଓ କମ୍ପ୍ରେହେନସିଭ ହେଲ୍‌ଥ କେୟାର ଶିଲଡ଼ ପୁରସ୍କାର ପ୍ରଦାନ କରାଯାଇଛି। ମୁମ୍ବାଇଠାରେ ଆୟୋଜିତ ରାଷ୍ଟ୍ରୀୟ ସ୍ତରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ଦକ୍ଷତା ଲାଗି ରେଲଓ୍ବେ ଏହି ପୁରସ୍କାର ଲାଭ କରିଛି। ରେଳ ବୋର୍ଡ ଅଧ୍ୟକ୍ଷ ବିନୋଦ କୁମାର ଯାଦବ ପୂର୍ବତଟ ରେଳପଥକୁ ଉକ୍ତ ପୁରସ୍କାର ପ୍ରଦାନ କରିଛନ୍ତି I ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଓ ରେଳପଥର ପ୍ରମୁଖ ବିତ୍ତ ଉପଦେଷ୍ଟା ଓ ମୁଖ୍ୟ ଲେଖା ଅଧିକାରୀ ରବି ଶଙ୍କର ମିତ୍ର ରେଳବାଇ ବୋର୍ଡ ଅଧ୍ୟକ୍ଷଙ୍କଠାରୁ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଗ୍ରହଣ କରିଥିବାବେଳେ ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ଓ ରେଳପଥର ପ୍ରମୁଖ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ. ସୁକାନ୍ତ କୁମାର ମହାନ୍ତି କମ୍ପ୍ରେହେନସିଭ ହେଲଥ କେୟାର ଶୀଲଡ଼ ଗ୍ରହଣ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri