ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ

ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବୌଦ୍ଧ ଜିଲା ପୁରୁଣା କଟକ ଥାନା ଆଡନିଗଡର ଓଡିଶା ବନ ଉନ୍ନୟନ ନିଗମ ପୂର୍ବତନ ଆକାଉଣ୍ଟାଣ୍ଟ କେ. କାମେଶ୍ୱର ପାତ୍ର।

ମିଳିଥିବା ସୂଚନା ଅନୁଯାୟୀ, ଲଳିତା କୁମାରୀ ମହାପାତ୍ର ନାମକ ଜଣେ କାଠ ଟ୍ରାନ୍ସପୋର୍ଟ ଠିକାଦାରଙ୍କର ୪୫ ହଜାର ଟଙ୍କା ବକେୟା ପ୍ରାପ୍ୟ ନିଗମରୁ ପାଇବାର ଥିଲା ା ଏହି ବିଲ୍‌ କରାଇଦେବାକୁ ଆକାଉଣ୍ଟାଣ୍ଟ ପାତ୍ର ୩ ହଜାର ଟଙ୍କା ଦାବି କରିଥିଲେ।  ଏନେଇ ଲଳିତାଙ୍କ ସ୍ବାମୀ ମଧୁସୁଧନ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ନଂ.୮/୧୬ରେ ଏକ ମାମଲା କରିଥିଲେ। ଯୋଜନା ମୁତାବକ ୨୦୧୬ ଫେବୃୟାରୀ ୧୫ରେ ଲଳିତା ବନଉନ୍ନୟନ ନିଗମ କାର୍ଯ୍ୟାଳୟରେ ପହଞ୍ଚତ୍ କାମେଶ୍ୱରଙ୍କୁ ୩ ହଜାର ଟଙ୍କା ଦେବାବେଳେ ଭିଜିଲାନ୍ସ ଟିମ୍‌ ଗିରଫ କରିଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେଶ କୁମାର ମହାପାତ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ…

୧୨ ଘଣ୍ଟା ବିତିଲା: ସ୍ବାଭାବିକ ହୋଇପାରିଲାନାହିଁ ବିଦ୍ୟୁତ୍‌ ସେବା

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ରବିବାର ରାତି ୧୦ଟାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ସହରର ଅନେକ ସ୍ଥାନରେ ଗଛଡାଳ…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri