ପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକ

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ମୋରିସ କୁଜୁରଙ୍କ ରବିବାର ସକାଳେ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ କୁଜୁର କଂଗ୍ରେସ ପକ୍ଷରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ କିଞ୍ଜିରିକେଲା ଥାନା ଭାଲୁ ମୁଣ୍ଡା ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ।
ପ୍ରଥମେ ସେ ବାଲିଶଙ୍କରା ହାଇସ୍କୁଲରେ ପ୍ରଧାନ ଶିକ୍ଷକ ଥିଲେ।
ପରେ ସେ କଂଗ୍ରେସ ଟିକେଟରେ ସୁନ୍ଦରଗଡ଼ ଲୋକ ସଭା ଆସନରୁ ନିର୍ବାଚିତ ହୋଇ ୧୯୮୫ରୁ ୧୯୯୦ ପର୍ଯ୍ୟନ୍ତ ଏମ୍‌ପି ଥିଲେ। ୧୯୯୮ରେ ସେ ଦୁଇଥର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ।
ଏଥିସହ ୨୦୦୦ ମସିହାରେ କେନ୍ଦ୍ର ଅନୁସୂଚିତ ଜନଜାତି କମିଶନ ସଦସ୍ୟ ଓ ପରେ ଉପସଭାପତି ଥିଲେ। ତାଙ୍କ ବିୟୋଗରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ, ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ରାଜକିଶୋର ଷଡ଼ଙ୍ଗୀ, ଜର୍ଜ ତିର୍କୀ, ସୁନ୍ଦରଗଡ଼ ଜିଲା କଂଗ୍ରେସ କମିଟିର ବେଣୁମାଧବ ତ୍ରିପାଠୀ, ଦୁଷ୍ମନ୍ତ ନାଏକ, ପୂର୍ବତନ ବିଧାୟକ ଡାକ୍ତର ପ୍ରଫୁଲ ମାଝି, ବିଧାୟକ, ଡା. ରାଜେନ ଏକ୍କା ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri