Posted inଖେଳ

ପୂର୍ବତନ କ୍ରିକେଟରଙ୍କ ପୁଅ ଗାଡ଼ି ଧକ୍କାରେ ମହିଳା ଗୁରୁତର

ମୁମ୍ବାଇ,୮।୧- ପୂର୍ବତମ ଭାରତୀୟ କ୍ରିକେଟର ସବା କରିମଙ୍କ ପୁଅ ଫିଦେଲଙ୍କ ଗାଡ଼ି ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ମହିଳାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳେ ମୁମ୍ବାଇ ପେଡର ରୋଡ ଅଞ୍ଚଳରେ ଏହି ଘଟଣା ଘଟିଥିଲା। କାରରେ ନିଜେ ସବା କରିମ ମଧ୍ୟ ଉପସ୍ଥିତ ଥିଲେ। କିନ୍ତୁ ଗାଡ଼ି ତାଙ୍କ ପୁଅ ଚଲାଉଥିଲା। ମୁମ୍ବାଇ ପୋଲିସ ମାମଲା ଦର୍ଜ କରିଛି। ଏ ଘଟଣାରେ ଫିଦେଲଙ୍କୁ ଗିରଫ କରାଯାଇପାରେ। ମିଳିଥିବା ସୂଚନା ମୁତାବକ, ଫିଦେଲ ଏକ ଗାଡ଼ିକୁ ଓଭରଟେକ କରିବାକୁ ଉଦ୍ୟମ କରୁଥିବାବେଳେ ରାସ୍ତା ପାରି ହେଉଥିବା ମହିଳାଙ୍କୁ ଧକ୍କା କରିଥିଲେ। ଦୁର୍ଘଟଣାକୁ ରୋକିବା ପାଇଁ ସେ ବ୍ରେକ ମାରିଥିଲେ ମଧ୍ୟ ବିଫଳ ହୋଇଥିଲେ। ଘଟଣାରେ ମହିଳାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଜସଲୋକ ମେଡିକାଲରେ ଭର୍ତ୍ତି କରାଯାଇଛି। ଉକ୍ତ ମହିଳାଙ୍କ ନାମ ସିନ୍ଧି ଏମ୍‌. ବୋଲି ଜଣାପଡ଼ିଛି। ଉଲ୍ଲେଖଥାଉ, ଫିଦେଲ ଫୁଟବଲ କୋଚ୍‌ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ବାପା ସବା କରିମ ବର୍ତ୍ତମାନ ବିସିସିଆଇ କ୍ରିକେଟ ଅପରେଶନ୍ସର ସାଧାରଣ ସମ୍ପାଦକ ପଦରେ ଅଛନ୍ତି। ସେ ଭରତ ପାଇଁ ୧ ଟେଷ୍ଟ ଓ ୩୪ ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?