Posted inଖେଳ

ପୂର୍ବତନ ଜାତୀୟ ଟିଟି ଚାମ୍ପିୟନ ମନ୍‌ମୀତ୍‌ଙ୍କ ପରଲୋକ

ନୂଆଦିଲ୍ଲୀ,୧୨।୫ (ପି.ଟି.): ପୂର୍ବତନ ଜାତୀୟ ଟେବୁଲ ଟେନିସ ଚାମ୍ପିୟନ ମନ୍‌ମୀତ୍‌ ସିଂ ଓ୍ବାଲିଆ ୫୮ ବର୍ଷ ବୟସରେ କାନାଡାର ମଣ୍ଟ୍ରିଲ୍‌ରେ ମୃତ୍ୟୁ ବରଣ କରିଛନ୍ତି। ଗତ ଦୁଇବର୍ଷ ଧରି ସେ ଅସୁସ୍ଥତା ଦେଇ ଗତି କରୁଥିଲେ। ମୃତ୍ୟୁ ବେଳକୁ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅ ଉପସ୍ଥିତ ଥିଲେ। ସୋମବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମନ୍‌ମୀତ୍‌ ଏଏଲ୍‌ଏସ୍‌ (ଆମ୍ୟୋଟ୍ରୋଫିକ ଲାଟେରାଲ ସ୍କେଲେରୋସିସ୍‌) ରୋଗରେ ପୀଡ଼ିିତଥିଲେ। ପୂର୍ବରୁ ସେ କୋଏମ୍ବାଟୁରରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସା କରାଉଥିଲେ।

୮୦ ଦଶକରେ ସେ ଶ୍ରେଷ୍ଠ ତଥା ସ୍ଥିର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ୧୯୮୯ରେ ସେ ଜାତୀୟ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ସେତେବେଳେ ସେ ହାଇଦ୍ରାବାଦ୍‌ରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏସ୍‌. ଶ୍ରୀରାମଙ୍କୁ ପରାସ୍ତ କରିଥିଲେ। ସେ ବିଭିନ୍ନ ଅନ୍ତର୍ଜାତୀୟ ଇଭେଣ୍ଟରେ ଦେଶ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ୧୯୮୦ ଏସିଆନ ଚାମ୍ପିୟନଶିପ୍‌ରେ ୮ଥର ଜାତୀୟ ଚାମ୍ପିୟନ କମଳେଶ ମେହେଟାଙ୍କ ସହିତ ଅଂଶଗ୍ରହଣ କରିଥିଲେ। ତାଙ୍କ ଦେହାନ୍ତରେ କମଳେଶ ଶୋକ ଜାହିର କରିଛନ୍ତି। ଟେବୁଲ ଟେନିସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଟିଟିଏଫ୍‌ଆଇ) ସାଧାରଣ ସମ୍ପାଦକ ଏମ୍‌.ପି. ସିଂ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri