Posted inଖେଳ

ପୂର୍ବତନ ଜାତୀୟ ଟିଟି ଚାମ୍ପିୟନ ମନ୍‌ମୀତ୍‌ଙ୍କ ପରଲୋକ

ନୂଆଦିଲ୍ଲୀ,୧୨।୫ (ପି.ଟି.): ପୂର୍ବତନ ଜାତୀୟ ଟେବୁଲ ଟେନିସ ଚାମ୍ପିୟନ ମନ୍‌ମୀତ୍‌ ସିଂ ଓ୍ବାଲିଆ ୫୮ ବର୍ଷ ବୟସରେ କାନାଡାର ମଣ୍ଟ୍ରିଲ୍‌ରେ ମୃତ୍ୟୁ ବରଣ କରିଛନ୍ତି। ଗତ ଦୁଇବର୍ଷ ଧରି ସେ ଅସୁସ୍ଥତା ଦେଇ ଗତି କରୁଥିଲେ। ମୃତ୍ୟୁ ବେଳକୁ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅ ଉପସ୍ଥିତ ଥିଲେ। ସୋମବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମନ୍‌ମୀତ୍‌ ଏଏଲ୍‌ଏସ୍‌ (ଆମ୍ୟୋଟ୍ରୋଫିକ ଲାଟେରାଲ ସ୍କେଲେରୋସିସ୍‌) ରୋଗରେ ପୀଡ଼ିିତଥିଲେ। ପୂର୍ବରୁ ସେ କୋଏମ୍ବାଟୁରରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସା କରାଉଥିଲେ।

୮୦ ଦଶକରେ ସେ ଶ୍ରେଷ୍ଠ ତଥା ସ୍ଥିର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ୧୯୮୯ରେ ସେ ଜାତୀୟ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ସେତେବେଳେ ସେ ହାଇଦ୍ରାବାଦ୍‌ରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏସ୍‌. ଶ୍ରୀରାମଙ୍କୁ ପରାସ୍ତ କରିଥିଲେ। ସେ ବିଭିନ୍ନ ଅନ୍ତର୍ଜାତୀୟ ଇଭେଣ୍ଟରେ ଦେଶ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ୧୯୮୦ ଏସିଆନ ଚାମ୍ପିୟନଶିପ୍‌ରେ ୮ଥର ଜାତୀୟ ଚାମ୍ପିୟନ କମଳେଶ ମେହେଟାଙ୍କ ସହିତ ଅଂଶଗ୍ରହଣ କରିଥିଲେ। ତାଙ୍କ ଦେହାନ୍ତରେ କମଳେଶ ଶୋକ ଜାହିର କରିଛନ୍ତି। ଟେବୁଲ ଟେନିସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଟିଟିଏଫ୍‌ଆଇ) ସାଧାରଣ ସମ୍ପାଦକ ଏମ୍‌.ପି. ସିଂ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri