ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୮-ଚାଉଳ ହେରଫେର ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୩ ଲକ୍ଷ ଟଙ୍କା ଜରିମାନା ପକାଯାଇଛି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତର ସମ୍ପାଦକ କୃତିବାସ ପାଲିଆ ା ୨୦୦୨ରୁ ୨୦୦୭ ମଧ୍ୟରେ ପଞ୍ଚାୟତକୁ ଆସିଥିବା ବିଭିନ୍ନ ଯୋଜନାର ୪୦୧ କୁଇଣ୍ଟାଲ ୫୭ କେଜି ଚାଉଳ ଆତ୍ମସାତ କରାଯାଇଥିଲା ା ଯାହାର ମୂଲ୍ୟ ୨ ଲକ୍ଷ ୫୨ ହଜାର ୨୬ ଟଙ୍କା। ସେହିପରି ବିଦ୍ୟୁତ୍‌କରଣ ପାଇଁ ଆସିଥିବା ୫୦ ହଜାର ଟଙ୍କା ମଧ୍ୟ ଆତ୍ମସାତ ହୋଇଥିବା ନେଇ ବ୍ରହ୍ମପୁରସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ ହୋଇଥିଲା ା ୨୦୦୯ ଜାନୁୟାରୀ ୧୭ରେ ଭିଜିଲାନ୍ସ ଇନ୍ସପେକ୍ଟର ଦୋଳଗୋବିନ୍ଦ ପରିଡା ପ୍ରାଥମିକ ତଦନ୍ତ କରି ଏତଲା ଦେଇଥିଲେ ା ଏ ନେଇ ନଂ.୩/୨୦୦୯ରେ ମାମଲା ରୁଜୁ ହୋଇଥିଲା ା ଏହାପରେ ଭିଜିଲାନ୍ସ ଡିଏସ୍‌ପି ଅନନ୍ତ କୁମାର ମାଝି ତଦନ୍ତ କରି ମାମଲାର ଚାର୍ଜଶିଟ ଦାଖଲ କରିଥିଲେ ା ମୋଟ ୨୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri