ପୂର୍ବତନ ପୋଲିସ ଏସ୍‌ଆଇଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନାର ପୂର୍ବତନ ଏସ୍‌ଆଇ ରାମଚନ୍ଦ୍ର ସେଠୀଙ୍କୁ ମଙ୍ଗଳବାର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦଣ୍ଡିତ କରିଛନ୍ତି। ସେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଉକ୍ତ ମାମଲାର ବିଚାର କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଅମ୍ବୁଜ ମୋହନ ଦାସ ଅଭିଯୁକ୍ତଙ୍କୁ ୩ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ହେଲେ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ଆଦେଶ ହୋଇଛି।
ସୂଚନା ମୁତାବକ, ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ରହୁଥିବା ଜିତେନ୍ଦ୍ର ପାଢୀ ତାଙ୍କର ଏକ ଘରକୁ ପାଣ୍ଡବ ସ୍ବାଇଁଙ୍କୁ ଭଡ଼ା ଦେଇଥିଲେ। ପରବର୍ତ୍ତୀ ସମୟରେ ଉଭୟଙ୍କ ମଧ୍ୟରେ ବିବାଦ ଦେଖାଯିବାରୁ ଜିତେନ୍ଦ୍ର ଘର ଛାଡିବା ପାଇଁ ପାଣ୍ଡବଙ୍କୁ କହିଥିଲେ। ମାତ୍ର ପାଣ୍ଡବ ଘର ନ ଛାଡିବାରୁ ଉଭୟଙ୍କ ମଧ୍ୟରେ ମାର୍‌ପିଟ ପର୍ଯ୍ୟନ୍ତ କଥା ଯାଇଥିଲା। ୨୦୦୯ ଡିସେମ୍ବରରେ ଘର ମାଲିକ ଜିତେନ୍ଦ୍ର ଆକ୍ରମଣ କରିଥିବା ନେଇ ପାଣ୍ଡବ ଥାନାରେ ଅଭିଯୋଗ କରିଥିଲେ। ସେହିଭଳି ଜିତେନ୍ଦ୍ର ମଧ୍ୟ ଭଡାଟିଆ ପାଣ୍ଡବଙ୍କ ନାମରେ ପାଲଟା ଅଭିଯୋଗ ଆଣିଥିଲେ। ତତ୍‌କାଳୀନ ଏସ୍‌ଆଇ ରାମଚନ୍ଦ୍ର ସେଠୀ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ପାଣ୍ଡବ ଘର ଛାଡି ଚାଲିଯାଇଥିଲେ। ମାତ୍ର ଏହି ମାଲାରେ ତଦନ୍ତକାରୀ ଅଧିକାରୀ ସେଠୀ ସେହିବର୍ଷ ଡିସେମ୍ବର ୧୨ରେ ଜିତେନ୍ଦ୍ରଙ୍କ ପିତା ଭୀମସେନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏପରିକି ଜିତେନ୍ଦ୍ରଙ୍କୁ ଗିରଫ ପାଇଁ ଧମକ ଦେବାସହ ଚାର୍ଜସିଟରୁ ନାମ କାଟିବା ପାଇଁ ସେଠୀ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଜିତେନ୍ଦ୍ର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ୪ହଜାର ଟଙ୍କା ଦେବାକୁ ଜିତେନ୍ଦ୍ର ଏଏସ୍‌ଆଇ ସେଠୀଙ୍କ ସହ କଥା ହୋଇଥିଲେ। ଡିସେମ୍ବର ୧୪ରେ ଉକ୍ତ ଲାଞ୍ଚ ଗ୍ରହଣ କରୁଥିବାବେଳେ ଏଏସ୍‌ଆଇ ସେଠୀ ଭିଜିଲାନ୍ସ ହାତରେ ପଡ଼ିଥିଲେ। ଏହି ମାମଲାରେ ୬ ଜଣ ସାକ୍ଷୀଙ୍କ ବୟାନ ଓ ତଥ୍ୟ ପ୍ରମାଣକୁ ଆଧାର କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରାୟ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି (ଭିଜିଲାନ୍ସ) ହେମନ୍ତ କୁମାର ସ୍ବାଇଁ ମାମଲା ପରରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri