Posted inଖେଳ

ପୂର୍ବତନ ବିଚାରପତି ନାଗେଶ୍ୱରଙ୍କୁ ନିଯୁକ୍ତି

ନୂଆଦିଲ୍ଲୀ, ୨୩ା୯ (ପି.ଟି.):ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସମ୍ବିଧାନ ସଂଶୋଧନ ଓ ଇଲେକ୍ଟୋରାଲ କଲେଜ ପ୍ରସ୍ତୁତ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଏଲ୍‌. ନାଗେଶ୍ୱର ରାଓଙ୍କୁ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଜଷ୍ଟିସ୍‌ ରାଓଙ୍କୁ ସମ୍ବିଧାନ ସଂଶୋଧନ ପାଇଁ ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବା ସହ ଡିସେମ୍ବର ୫ ସୁଦ୍ଧା ନିର୍ବାଚନ କରାଇବା ଲାଗି କହିଛନ୍ତି। ଅନ୍ୟପକ୍ଷରେ ସେପ୍ଟେମ୍ବର ୨୭ରେ ହେବାକୁଥିବା ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ବୈଠକରେ ଯୋଗଦେବା ପାଇଁ ବର୍ତ୍ତମାନ ଆଇଓସିର ସେକ୍ରେଟାରି ଜେନେରାଲ ରାଜୀବ ମେହେଟ୍ଟା ଓ ଆଇଓଏର ଉପସଭାପତିଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ବିଚାରପତି ରାଓଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଆବଶ୍ୟକ ସହାୟତା ପ୍ରଦାନ କରିବେ। ସେପ୍ଟେମ୍ବର ୮ରେ ଆଇଓଏକୁ ଶେଷ ଥର ପାଇଁ ଚରମବାଣୀ ଶୁଣାଇଥିଲା ଅନ୍ତର୍ଜାତୀୟ ଅଲିମ୍ପିକ କମିଟି। ପରିଚାଳନଗତ ସମସ୍ୟାର ସାମାଧାନ ଏବଂ ଡିସେମ୍ବର ସୁଦ୍ଧା ନିର୍ବାଚନ ନ କରାଇଲେ ବିଶ୍ୱ କ୍ରୀଡ଼ା ପରିଷଦ ଭାରତକୁ ବାସନ୍ଦ କରିବ ବୋଲି କହିଥିଲା। ନିକଟରେ ସୁଇଜରଲାଣ୍ଡର ଲାଉସାନେଠାରେ ଆଇଓସି କାର୍ଯ୍ୟନିର୍ବାହୀ ବୋର୍ଡ ବୈଠକ ବସିଥିଲା। ନରିନ୍ଦର ବାତ୍ରାଙ୍କ ବିଦା ପରେ କୌଣସି କାମଚଳା ଅବା କାର୍ଯ୍ୟକାରୀ ସଭାପତି ନିଯୁକ୍ତି ଦିଆ ଗଲେ ତାହା ଗ୍ରହଣଯୋଗ୍ୟ ହେବ ନାହିଁ ବୋଲି ଏଥିରେ ନିଷ୍ପତ୍ତି ନିଆଯାଇଥିଲା। ଆଇଓଏ ବ୍ୟାପାରରେ ବର୍ତ୍ତମାନ ପାଇଁ ସେକ୍ରେଟାରି ଜେନେରାଲଙ୍କ ସହ ଯୋଗଯୋଗ କରିବ ଆଇଓସି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri