ପୂର୍ବତନ ବିଧାୟକଙ୍କ ଦ୍ୱାରା ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଖଣ୍ଡପଡ଼ା,୧୦ା୬(ସ୍ବ.ପ୍ର.): ଚଳିତ ଶିକ୍ଷାବର୍ଷ ମାଟ୍ରିକ ଓ ଯୁକ୍ତଦୁଇ ପରୀକ୍ଷାରେ ନିଜ ନିଜ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରଙ୍କୁ ଶନିବାର ଖଣ୍ଡପଡ଼ା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ, ଏହି ପରୀକ୍ଷାରେ ଏ-୧ ଗ୍ରେଡ଼ ପାଇଥିବା ସିଧାମୂଳା ଗୋକୁଳାନନ୍ଦ ଜୀଉ ବିଦ୍ୟାମନ୍ଦିରର ଛାତ୍ର ପଞ୍ଚାନନ ସ୍ବାଇଁ, ଆର୍‌ସି ହାଇସ୍କୁଲର ଛାତ୍ରୀ ଶୁଭସ୍ମିତା ଚୌଧୁରୀ, ଭଗବତୀ ବିଦ୍ୟାପୀଠ ଛାତ୍ର ଅବିନାଶ ସାହୁ ଓ ବାଲୁଙ୍କେଶ୍ୱରଦେବ ବିଦ୍ୟାପୀଠ ଛାତ୍ରୀ ଓମ୍‌ପ୍ରିୟା ସାହୁ ପ୍ରମୁଖ ଟପ୍ପର ହୋଇଛନ୍ତି ା ପଟ୍ଟନାୟକ ଅବିନାଶଙ୍କ ଗୃହକୁ ଯାଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିବାବେଳେ ଅନ୍ୟ ୩ ଜଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ା ସେହିପରି ଯୁକ୍ତଦୁଇ ବିଜ୍ଞାନ ଶ୍ରେଣୀରେ ପିଏସ୍‌ କଲେଜ ଛାତ୍ରୀ ଦୀପ୍ତିମୟୀ ସାହୁ, କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟର ଛାତ୍ର ଶିବଶଙ୍କର ବେହୁରୁକ ଓ ପଦ୍ମାବତୀ ମହାବିଦ୍ୟାଳୟର ଛାତ୍ରୀ ମଧୁସ୍ମିତା ସିଠ ପ୍ରଥମ ଶ୍ରେଣୀରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି ା ଏ ସମସ୍ତଙ୍କୁ ସମ୍ବର୍ର୍ଦ୍ଧିତ କରାଯାଇଛି। ଛାତ୍ର ସଦାଶିବଙ୍କୁ ତାଙ୍କ ବଡବାଣପୁର ବାସଭବନରେ ପୂର୍ବତନ ବିଧାୟକ ସମ୍ବର୍ଦ୍ଧତ କରିଛନ୍ତି। ଏ ସମୟରେ ବାଣପୁର ସରପଞ୍ଚ ପ୍ରଦୀପ କୁମାର କର ଓ ଗ୍ରାମବାସୀ ଶରତ ଚନ୍ଦ୍ର ବେହେରା ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri