ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ

ଏରସମା, ୨୭ା୨ (ସ୍ବ.ପ୍ର.): ଏରସମା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ବିଜୟ ନାୟକ (୭୧)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତସ୍ଥିତ ଗୋବିନ୍ଦପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ବିଜୟ ରେଭେନ୍‌ଶା କଲେଜରେ ପଢ଼ୁଥିବା ସମୟରୁ ରାଜନୀତିରେ ବେଶ୍‌ ସକ୍ରିୟ ଥିଲେ। ଏହାପରେ ସେ କଂଗ୍ରେସରେ ଯୋଗଦେବା ସହ ୧୯୯୫ରେ ଦଳୀୟ ଟିକେଟରେ ଏରସମାରୁ ପ୍ରାର୍ଥୀ ହୋଇଥିଲେ। ତତ୍କାଳୀନ ଜନତା ଦଳର ବିଧାୟକ ପ୍ରାର୍ଥୀ ବରିଷ୍ଠ ନେତା ଡ. ଦାମୋଦର ରାଉତଙ୍କୁ ହରାଇ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପିସିସି ସଦସ୍ୟ ଧ୍ୱଜରାଜ ଖଣ୍ଡୁଆଳ, ଯୁବନେତା ନଳିନୀ ରଞ୍ଜନ ସ୍ବାଇଁ, ଏରସମା ବ୍ଲକ କଂଗ୍ରେସ ସଭାପତି ନିତ୍ୟାନନ୍ଦ ଦାସ, ଭାଜପା ରାଜ୍ୟ ଓବିସି ଯୁବମୋର୍ଚ୍ଚା ଉପସଭାପତି ନୃସିଂହ ସାହୁ, ପାରାଦୀପ-ଜଗତ୍‌ସିଂହପୁର ଶ୍ରମିକ ସଂଘ ସଭାପତି ଆଇନଜୀବୀ ଜୟନ୍ତ କୁମାର ବିଶ୍ୱାଳ, ଏରସମା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର କିଶୋର ତ୍ରିପାଠୀ ପ୍ରମୁଖ ବିଜୟଙ୍କ କଟକସ୍ଥିତ ବାସଭବନରେ ପହଞ୍ଚତ୍ ତାଙ୍କ ଶେଷଦର୍ଶନ କରିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସ୍ବର୍ଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri