ପୂର୍ବତନ ବିଧାୟକ ରମେଶ ଗଞ୍ଜାମ ଜିଲା ବିଜେଡି ସଭାପତି

ବ୍ରହ୍ମପୁର ଅଫିସ,୨୨ା୨-ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଗଞ୍ଜାମ ଜିଲା ବିଜେଡିର ନୂଆ ସଭାପତି ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ସଙ୍ଗଠନ କାର୍ଯ୍ୟ ପାଇଁ ଚ୍ୟାଉ ପଟ୍ଟନାୟକଙ୍କୁ ନିୟୋଜିତ କରିଛନ୍ତି। ବିଜୁ ଜନତା ଦଳ ଗଠନ ହେବା ପରେ ପ୍ରଥମ ଜିଲା ସଭାପତି ହୋଇଥିଲେ ପୂର୍ବତନ ବିଧାୟକ ସ୍ବର୍ଗତ ମାଧବାନନ୍ଦ ବେହେରା। ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ରେବତୀ ମୋହନ ନାୟକଙ୍କୁ ଦ୍ୱିତୀୟ ସଭାପତି କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ବିଡିଏର ପୂର୍ବତନ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ଲଗାତର ୩ ଥର ସଭାପତି ହୋଇ ରେକର୍ଡ ସୃଷ୍ଟି କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଆସିକାର ପୂର୍ବତନ ବିଧାୟକ ଦେବରାଜ ମହାନ୍ତି, ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ବିଜେଡିର ଗଞ୍ଜାମ ଜିଲା ସଭାପତି ହୋଇଥିଲେ। ଏବେ ଚ୍ୟାଉ ପଟ୍ଟନାୟକଙ୍କୁ ବିଜେଡି ଜିଲା ସଭାପତ ଭାବେ ଘୋଷଣା କରାଯାଇଛି। ଏ ନେଇ ଦଳୀୟ ବିଧାୟିକା, ବିଧାୟକ, ଏମ୍‌ପି, ନେତା ଓ କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
ସୂଚନାଯୋଗ୍ୟ, ଚ୍ୟାଉ ପଟ୍ଟନାୟକ ୧୯୯୫ ନିର୍ବାଚନରେ ବ୍ରହ୍ମପୁର ବିଧାନସଭା ଆସନରୁ ଜନତା ଦଳ ପ୍ରାର୍ଥୀ ଭାବେ ପ୍ରଥମଥର ନିର୍ବାଚିତ ହୋଇଥିଲେ। ୨୦୦୦, ୨୦୦୪, ୨୦୦୯, ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରତିଦ୍ୱନ୍ଦ୍ୱିତା କରି ଲଗାତର ଭାବେ ବିଧାୟକ ହୋଇଥିଲେ। ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ୫ଥର ବିଧାୟକ ହୋଇ ଚ୍ୟାଉ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଜନ ସମର୍ଥନ ଥିବା ସତ୍ତ୍ବେ ୨୦୧୯ ନିର୍ବାଚନରେ ତାଙ୍କୁ ଦଳୀୟ ଟିକେଟରୁ ବଞ୍ଚିତ କରାଯାଇଥିଲା। ରାଜ୍ୟସଭା ପ୍ରାର୍ଥୀ କରାଯିବାକୁ ଲୋଭ ଦେଖାଯାଇଥିଲା। ଗତ ନିର୍ବାଚନରେ ତାଙ୍କୁ ସଂଗଠନ ଓ ଭୋଟ ପ୍ରଚାର କାର୍ଯ୍ୟରେ ନିୟୋଜିତ କରାଯାଇଥିଲା।
ଜିଲା ବିଜେଡି ସଭାପତି ଘୋଷଣା ପରେ ଚ୍ୟାଉ ପଟ୍ଟନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ତାଙ୍କୁ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛନ୍ତି ତାହା ସେ ତୁଲାଇଛନ୍ତି। ଦଳର ସମସ୍ତଙ୍କୁ ନେଇ ସଂଗଠନକୁ ଅଧିକ ବିସ୍ତାର କରିବାକୁ ଲକ୍ଷ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବ ପ୍ରତିଶ୍ରୁତି ପ୍ରକାରେ ଆଗାମୀ ରାଜ୍ୟସଭା ନିର୍ବାଚନରେ ତାଙ୍କୁ ପ୍ରାର୍ଥୀ କରିବେ ବୋଲି ସେ ଆଶା ରଖିଥିବା ଚ୍ୟାଉ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?