ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ପରଲୋକ

କୋଡିଙ୍ଗା,୨୧।୩(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଚିର୍ମା ପଞ୍ଚାୟତର ଦୁଗ୍ଲାହାଣ୍ଡି ଗ୍ରାମରେ ଭୋର ପ୍ରାୟ ୪.୩୦ରେ କୋଡିଙ୍ଗା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ ଜଣେ ଧର୍ମପରାୟଣ, ପରୋପକାରୀ, ମିଷ୍ଠଭାଷୀ ମହିଳା ଥିଲେ। ମୃତ୍ୟୁବେଳକୁ ତାଙ୍କ ସ୍ବାମୀ, ପୁଅ ବୋହୂ, ଝିଅ ଜ୍ୱାଇଁ, ନାତିନାତୁଣୀ ଉପସ୍ଥିତ ଥିଲେ। ପରିବାର, ବନ୍ଧୁ ପରିଜନ, ନେତା ଓ ଲୋକ ପ୍ରତିନିଧିଙ୍କ ଉପସ୍ଥିତିରେ ତାଙ୍କ ଅନ୍ତ୍ୟେଷ୍ଟି କ୍ରିୟା କରାଯାଇଛି। ଏହି ଖବର ପ୍ରଚାର ହେବା ପରେ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଭଗବତୀଙ୍କ ଜୀବନ ଆଦିବାସୀ ମହିଳାଙ୍କ ପାଇଁ ବୋଲି ଜିଲା କଂଗ୍ରେସକୁ ଏକ ବାର୍ତ୍ତା ଦେଇ କହିଛନ୍ତି। ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି, ବିଧାୟକ ସଦାଶିବ ପ୍ରଧାନୀ ଓ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଫୋନ ଯୋଗେ ପରିବାର ବର୍ଗଙ୍କୁ ସମବେଦନା ଜଣେଇଥିଲେ। ସୂଚନାନୁଯାୟୀ, ସେ ପୂର୍ବତନ କୋଡିଙ୍ଗା ନିର୍ବାଚନୀମଣ୍ଡଳୀରେ ୧୯୮୫ରେ କଂଗ୍ରେସ ଦଳରୁ ବିଧାୟିକାଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri