Posted inଖେଳ

ପୂର୍ବତନ ବିଶ୍ୱ ଚାମ୍ପିୟନ ବକ୍ସର ଜିଭୋଜିକ୍‌ଙ୍କ ଅବସର

କିଏଭ୍‌ ,୧୦।୬ (ଏପି): ପୂର୍ବତନ ବିଶ୍ୱ ଲାଇଟ୍‌ ହେଭିଓ୍ବେଟ୍‌ ବକ୍ସିଂ ଚାମ୍ପିୟନ ଆଲେକଜାଣ୍ଡାର ଜିଭୋଜିକ୍‌ ଅବସର ଘୋଷଣା କରିଛନ୍ତି। ଏ ନେଇ ତାଙ୍କ ମ୍ୟାନେଜର ଏଗିସ୍‌ କ୍ଲିମାସ ବୁଧବାର ସୂଚନା ଦେଇଛନ୍ତି। ଜିଭୋଜିକ୍‌ ୨୦୧୮ ଡିସେମ୍ବରରେ ଡବ୍ଲ୍ୟୁବିସି ଟାଇଟଲ ହାସଲ କରିଥିଲେ। ସେତେବେଳେ ସେ ଆଡୋନିସ ଷ୍ଟିଭନସନଙ୍କୁ ହରାଇ ଏହି ସଫଳତା ପାଇଥିଲେ। ଷ୍ଟିଭେନସନ ୫ ବର୍ଷ ଧରି ବେଲ୍ଟକୁ ନିଜ ପାଖରେ ରଖିବାକୁ ସମର୍ଥ ହୋଇଥିଲେ। ସେ ମଧ୍ୟ ୨୦୧୨ ଅଲିମ୍ପିକ୍ସରେ ୟୁକ୍ରେନ୍‌ ପାଇଁ ଲାଇଟ୍‌ ହେଭିଓ୍ବେଟ୍‌ରେ ବ୍ରୋଞ୍ଜ୍‌ ପଦକ ଜିତିଥିଲେ। ଅବସର ନେବା ପରେ ଜିଭୋଜିକ୍‌ ବ୍ୟବସାୟ କରିବେ ବୋଲି ଇଚ୍ଛା ଜାହିର କରିଛନ୍ତି। ଏ ନେଇ ୟୁକ୍ରେନ୍‌ର ଓ୍ବେବ୍‌ସାଇଟ୍‌ ଟ୍ରିବ୍ୟୁନାଲରେ ଗତବର୍ଷ ସାକ୍ଷାତକାର ଦେବା ଅବସରରେ କହିଥିଲେ। ତେବେ ସେ ରାଜନୀତିରେ ଯୋଗ ଦେବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri