Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ମୈଦାନକୁ ଓହ୍ଲାଇଲେ ‘ଚାଚା ମ୍ୟାଗି ୱାଲା’

ପଟିଆଲା,୩।୨: ପଟିଆଲା ବିଧାନସଭା ଆସନରୁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଚ୍ୟାଲେଞ୍ଜ କରିବାକୁ ‘ଚାଚା ମ୍ୟାଗି ୱାଲା’ ମୈଦାନରେ ଅଛନ୍ତି। ‘ଚାଚା ମ୍ୟାଗି ୱାଲା’ ନାମରେ ଜଣାଶୁଣା ଜସବୀର ସିଂ ଦ୍ୱିତୀୟ ଥର ପାଇଁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ବିପକ୍ଷରେ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ଦୁଇଟି ନିର୍ବାଚନରେ ୫୯ ବର୍ଷିୟ ଜସବୀରଙ୍କୁ ଏକ ପରାଜୟର ସାମ୍ନା କରିବାକୁ ପଡିଥିଲା।
ଜସବୀର ସିଂ ପଟିଆଲା ସହରରେ ଏକ ମ୍ୟାଗି ଦୋକାନ ଚଳା। ଏହି କାରଣରୁ ଜସବୀର ସିଂ ‘ଚାଚା ମ୍ୟାଗି ୱାଲା’ ଭାବରେ ଜଣାଶୁଣା। ସେ ମଧ୍ୟ ପଟିଆଲାରୁ ୨୦୧୭ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ୨୭୩ ଭୋଟ ପାଇଥିଲେ। ୨୦୧୯ ଲୋକ ସଭା ନିର୍ବାଚନରେ ଜସବୀର ପଟିଆଲାରୁ ପ୍ରୀତି କୌରଙ୍କ ବିପକ୍ଷରେ ପ୍ରତିଦ୍ୱନ୍ଦ୍ୱିତା କରି ୧,୧୨୬ ଭୋଟ ପାଇବାରେ ସଫଳ ହୋଇଥିଲେ। ଜସବୀର କହିଛନ୍ତି, ମୋର ସଂଗ୍ରାମ ଦୁର୍ନୀତିଗ୍ରସ୍ତ ବ୍ୟବସ୍ଥା ବିରୋଧରେ। ମାଫିଆକୁ ଶେଷ କରିବା ପାଇଁ ଲଢେଇ କରୁଛି। ରାଜନୈତିକ ଦଳ ମାଫିଆଙ୍କୁ ଟିକେଟ ଦିଅନ୍ତି। ଜିତିବା ପରେ କେବଳ ଟଙ୍କା ରୋଜଗାର କରନ୍ତି। ଲୋକଙ୍କ ଠାରୁ ତାଙ୍କୁ ଭଲ ସମର୍ଥନ ମିଳୁଛି ବୋଲି ଜସବୀର ସିଂ ଦାବି କରିଛନ୍ତି।
ସୂଚନାଯୋଗ୍ୟ, କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସଠାରୁ ଅଲଗା ହେବା ପରେ ପଞ୍ଜାବ ଲୋକ କଂଗ୍ରେସ ଟିକେଟରେ ପଟିଆଲା ଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। କ୍ୟାପଟେନଙ୍କ ଦଳ ଭାଜପା ସହ ମେଣ୍ଟ କରିଛି। ପଞ୍ଜାବର ସମସ୍ତ ୧୧୭ଟି ଆସନ ପାଇଁ ଫେବୃୟାରୀ ୨୦ରେ ମତଦାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri