ପୂର୍ବତନ ସଦସ୍ୟଙ୍କ ବିୟୋଗରେ ବିଧାନସଭାରେ ଶୋକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଧାନସଭାର ପୂର୍ବତନ ସଦସ୍ୟଙ୍କ ବିୟୋଗରେ ବୁଧବାର ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରଲୋକଗତ ସଦସ୍ୟ ସାହୁରା ମଲ୍ଲିକ, ଉଦୀପ ପ୍ରତାପ ଦେଓ, ବୃନ୍ଦାବନ ପାତ୍ର ଏବଂ ଓଡ଼ିଶା ପୋଲିସର ପୂର୍ବତନ ଓଏପିଏଫ୍‌ ଜୟରାଫ କବାସିଙ୍କ ବିୟୋଗରେ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ।

ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସ ଥିବାରୁ ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଥିଲା। ଦେଶବନ୍ଦନା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୋକପ୍ରସ୍ତାବ ଆଗତ କରିବା ପାଇଁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କହିଥିଲେ। ମୁଖ୍ୟମନ୍ତ୍ରୀ ଶୋକପ୍ରସ୍ତାବ ଆଗତ କରିବା ସହ ଦିବଂଗତଙ୍କ ସ୍ମୃତିଚାରଣ କରିଥିଲେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗୃହର ସମବେଦନା ଜଣାଇବା ସହ ସ୍ବର୍ଗତ ଆତ୍ମାଙ୍କର ସଦ୍‌ଗତି କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ଶୋକପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସିପିଆଇ(ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ସମର୍ଥନ କରିବା ସହ ସ୍ବର୍ଗତ ପୂର୍ବତନ ସଦସ୍ୟ ଏବଂ ପୋଲିସ କର୍ମଚାରୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବାଚସ୍ପତିଙ୍କ ଜରିଆରେ ନିଜ ଦଳର ସମବେଦନା ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଥିଲେ। ଶେଷରେ ବାଚସ୍ପତି ପରଲୋକଗତ ସଦସ୍ୟଙ୍କ ଜୀବନୀ ବିଷୟରେ ସଂକ୍ଷେପରେ ଆଲୋକପାତ କରିବା ସହ ଗୃହ ତରଫରୁ ସ୍ବର୍ଗତଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ଏଥିସହ ଗୃହରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ପୂର୍ବାହ୍ନ ୧୧ଟାରୁ ୧୧.୧୫ମିନିଟ ପର୍ଯ୍ୟନ୍ତ ଗୃହରେ ଶୋକପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri