ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜୁ ଜନତା ଦଳର ଶୋକ ପ୍ରକାଶ

ଭୁବନେଶ୍ୱର/ସମ୍ବଲପୁର,୧୪।୪(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ସମ୍ବଲପୁରସ୍ଥିତ ତାଙ୍କର ନିଜସ୍ବ ବାସଭବନରେ ବିସିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ସନାତନ ବିସିଙ୍କ ବିୟୋଗରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ବର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି। ଏଭଳି ଦୁଖଦ ସମୟରେ ଈଶ୍ୱର ତାଙ୍କ ପରିବାରବର୍ଗକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ଦାସବର୍ମା ଶୋକବାର୍ତାରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ସ୍ବର୍ଗତ ସନାତନ ବିଶି ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀରୁ ଓଡ଼ିଶା ବିଧାନସଭାକୁ ଦୁଇଥର ବିଜେଡି ପକ୍ଷରୁ ନିର୍ବାଚିତ ହୋଇଥିଲେ। ଏଥିସହ ସେ ରାଜ୍ୟରେ ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମଧ୍ୟ ତୁଲାଇଥିଲେ। ଜନତା ଦଳ ପକ୍ଷରୁ ରାଜ୍ୟସଭାକୁ ନିର୍ବାଚିତ ହେବା ସହ ସ୍ବର୍ଗତ ବିସି ଜଣେ ବିଶିଷ୍ଟ ରାଜନେତା, କ୍ରୀଡାବିତ ଓ କ୍ରୀଡା ସଙ୍ଗଠକ ରହି ଆସିଥିଲେ। ସମ୍ବଲପୁର ଷ୍ଟାଡିୟମ ନିର୍ମାଣରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସେ ଓଡ଼ିଶା ଅଲମ୍ପିକ ଆସୋସିଏଶନ ସହ ଜଡିତ ଥିଲେ। ଶ୍ରମିକ କଲ୍ୟାଣ ନିମନ୍ତେ ତାଙ୍କର ଜୀବନ ବ୍ୟାପି ସଂଗ୍ରାମକୁ ଆମେ ସ୍ମରଣ କରୁଛୁ। ସେ ଛାତ୍ର ଆନ୍ଦୋଳନରୁ ନିଜର ରାଜନୈତିକ ଜୀବନ ଆରମ୍ଭ କରି ସମ୍ବଲପୁର ଜିଲା ଜନତା ଦଳର ସଭାପତି ହୋଇଥିଲେ। ବିଜୁ ଜନତା ଦଳ ପଶ୍ଚିମ ଓଡ଼ିଶାର ବିକାଶର ଜଣେ ଧୁରିଣ ନେତାଙ୍କୁ ହରାଇଲା ବୋଲି ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ଇସ୍ତାହାରରେ ସଞ୍ଜୟ ଦାସବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri