Posted inଖେଳ

ପୂର୍ବତନ ୟୁଫା ମୁଖ୍ୟଙ୍କୁ ପଚରାଉଚରା

ପ୍ୟାରିସ,୧୮।୬(ପିଟି)- ପୂର୍ବତନ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ ମୁଖ୍ୟ ମାଇକେଲ ପ୍ଲାଟିନିଙ୍କୁ ଫ୍ରାନ୍ସ ପୋଲିସ ଗିରଫ କରିବା ସହ କାତାରରେ ହେବାକୁ ଯାଉଥିବା ପରବର୍ତ୍ତୀ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର ଦେବା ନେଇ ମଙ୍ଗଳବାର ପଚରାଉଚରା କରିଛି। ପୂର୍ବତନ ଫ୍ରାନ୍ସ ଅଧିନାୟକଙ୍କୁ ପୋଲିସ ପ୍ୟାରିସର ନାନଟେରେଠାରୁ ପଚରାଉଚରା କରି ଆସୁଛି। ଏ ନେଇ ଫ୍ରେଞ୍ଚ ତଦନ୍ତକାରୀ ଓ୍ବେବସାଇଟ୍‌ ତଥା ଲେ ମୋଣ୍ଡେ ଖବରକାଗଜ ପକ୍ଷରୁ ସୂଚନା ଦିଆଯାଇଛି। ପ୍ଲାଟିନି ୨୦୦୭ରେ ୟୁଫା ସଭାପତି ପଦରେ ନିର୍ବାଚିତ ହୋଇଥିଲେ। ୨୦୧୫ ପର୍ଯ୍ୟନ୍ତ ଅଧ୍ୟକ୍ଷ ପଦରେ ଥିଲେ। ଏହାପରେ ତାଙ୍କୁ ଫିଫା ଏଥିକ୍ସ କମିଟି ୬ ବର୍ଷ ପାଇଁ ବାସନ୍ଦ କରିଥିଲା। ପରେ ବାସନ୍ଦାଦେଶ ସମୟ ୪ ବର୍ଷକୁ କମାଇ ଦିଆଯାଇଥିଲା। କିନ୍ତୁ ତଦନ୍ତକାରୀ ସଂସ୍ଥା କ୍ରୀଡ଼ାରେ ଦୁର୍ନୀତି ବିରୋଧରେ ଲଢ଼େଇ କରୁଛି। ୬୩ ବର୍ଷୀୟ ପ୍ରଶାସକଙ୍କୁ ଆଣ୍ଟି କରପ୍‌ଶନ କାର୍ଯ୍ୟାଳୟକୁ ନିଆଯାଇଛି। ଲାଞ୍ଚ ନେଇ ୨୦୨୨ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର କାତାରକୁ ପ୍ରଦାନ କରିଥିବା ପ୍ଲାଟିନିଙ୍କ ବିରୋଧରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri