Posted inଖେଳ

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ୍‌: ଉତ୍କଳ ବିଶ୍ୱବିଦ୍ୟାଳୟ ଚାମ୍ପିୟନ

କଟକ ଅଫିସ,୧୫ା୧- ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଟୁର୍ନାମେଣ୍ଟରେ ଉତ୍କଳ ବିଶ୍ୱବିଦ୍ୟାଳୟ ଦଳ ଚାମ୍ପିୟନ ହୋଇଛି। ଲିଗ୍‌ ଫର୍ମାଟରେ ଅନୁଷ୍ଠିତ ପ୍ରତିଯୋଗିତାର ଫାଇନାଲ ରାଉଣ୍ଡରେ ଉତ୍କଳ ସର୍ବାଧିକ ପଏଣ୍ଟ ହାସଲ କରିଛି। ଭିବିଏସ୍‌ ପୂର୍ବାଞ୍ଚଳ ଦଳ ଦ୍ୱିତୀୟ ସ୍ଥାନରେ ରହିଛି। ଏହି ଦୁଇ ଦଳ ଆଗାମୀ ଦିନରେ ଆନ୍ଧ୍ରପ୍ରଦେଶରେ ହେବାକୁ ଥିବା ସର୍ବଭାରତୀୟ କ୍ରିକେଟ ଟୁର୍ନାମେଣ୍ଟରେ ଭାଗ ନେବା ପାଇଁ ଯୋଗ୍ୟତା ହାସଲ କରିଛନ୍ତି।
ରେଭେନ୍‌ଶା ଗ୍ରାଉଣ୍ଡ-୧ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଉତ୍କଳ ବିଶ୍ୱବିଦ୍ୟାଳୟ ୪ ଉଇକେଟରେ ଭିବିଏସ୍‌ ପୂର୍ବାଞ୍ଚଳଠାରୁ ପରାସ୍ତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଉତ୍କଳ ୧୨୮ରନରେ ଅଲଆଉଟ ହୋଇଥିଲା। ଶୁଭମ ନାୟକ ୨୯, ଆଶିଷ ସାହୁ ୨୭ରନ କରିଥିଲେ। ଭିବିଏସ୍‌ ପୂର୍ବାଞ୍ଚଳ ପକ୍ଷରୁ ଭିପିନ ଚନ୍ଦ୍ର ୧୮ରନ ବିନିମୟରେ ସର୍ବାଧିକ ୪ଟି ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଥିଲା ଭିବିଏସ୍‌। ଉତ୍କଳ ପକ୍ଷରୁ ଦିଲ୍ଲୀପ ଜେନା ୪ଟି ଉଇକେଟ ହାସଲ କରିଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡ-୨ରେ ଅନୁଷ୍ଠିତ ମ୍ୟାଚ୍‌ରେ ହେମଚାନ୍ଦ ଯାଦବ ବିଶ୍ୱବିଦ୍ୟାଳୟ ଦଳ ବିନୋବା ଭାବେ ବିଶ୍ୱବିଦ୍ୟାଳୟକୁ ପରାସ୍ତ କରିଛି। ପ୍ରତିଯୋଗିତାରେ ହେମଚାନ୍ଦ ଦଳ ୩ୟ ଓ ବିନୋବା ଭାବେ ୪ର୍ଥ ସ୍ଥାନରେ ରହିଛନ୍ତି। ଉଦ୍‌ଯାପନୀ ଉତ୍ସବରେ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, ପ୍ରବୋଧ ମହାନ୍ତି ଅତିଥି ଭାବେ ଯୋଗ ଦେଇଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ଡ. କେଏସକେ ଭରଦ୍ୱାଜ ସ୍ବାଗତ ଭାଷଣ ଦେଇଥିବା ବେଳେ କ୍ରୀଡ଼ା ଅଧିକାରୀ ଅଞ୍ଜନ କୁମାର ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri