ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା କିଛି ଯୁବକ ତାଙ୍କୁ ବେଲଗାଁ ରୋଡ କେନାଲ ନିକଟରେ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ଗନ୍ଧର୍ବଙ୍କ ଉଭୟ ଗୋଡ଼ ହାତ ଭାଙ୍ଗିଥିବା ଡାକ୍ତର ସୂଚନା ଦେଇଥିଲେ। ଗନ୍ଧର୍ବଙ୍କ ବାପା ଦେବରାଜ ଘଟଣାସ୍ଥଳରେ ପହଞ୍ଚତ୍ ଆମ୍ବୁଲାନ୍ସକୁ ଫୋନ କରିବା ସହ ପୋଲିସକୁ ଜଣାଇଥିଲେ। ଗନ୍ଧର୍ବଙ୍କୁ ପୋଲସରା ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଖବର ଲେଖା ହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇନଥିବା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri