ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ସେହିପରି କରପଡ଼ା ଗାଁର ବିଜୟ ସେଠୀ(୪୫)ଙ୍କୁ ଉକ୍ତ ଯୁବକମାନେ ମଧ୍ୟ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଥିବା ଥାନାରେ ଅଭିଯୋଗ ହୋଇଛି। ବିଜୟ ଗାଁ ନିକଟ ତାଙ୍କ ଚାଷଜମିରେ ଧାନ କଟା କାମ ସାରି ବାଇକ୍‌ରେ ଫେରୁଥିଲେ। ଗାଁ ସ୍କୁଲ ନିକଟ ଶ୍ମଶାନ ସମ୍ମୁଖ ରାସ୍ତାରେ ୨ଟି ବାଇକ୍‌ରେ ଆସି ୪ ଜଣ ଯୁବକ ତାଙ୍କୁ ଅଟକାଇ ଖଣ୍ଡାରେ ହାଣି ଫେରାର ହୋଇଯାଇଛନ୍ତି। ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ତାଙ୍କୁ କିଛି ଗ୍ରାମବାସୀ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ସେହିପରି କୃଷ୍ଣଙ୍କୁ ପ୍ରଥମେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri