ପୂର୍ବ ଶତ୍ରୁତାରୁ ଛୁରାମାଡ, ଅଭିଯୁକ୍ତ ଗିରଫ

କୋଦଳା,୧୪ା୯(ଡି.ଏନ.ଏ.): କୋଦଳା ଥାନା ଫାସି ପଞ୍ଚାୟତର ମେଦିନୀପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୨୩୫/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଶୁକ୍ରବାର କୋର୍ଟଚାଲାଣ କରିଥିବା ଥାନାଧିକାରୀ ଦିଲୀପ କୁମାର ସାହୁ କହିଛନ୍ତି। ସେ ହେଲେ ମିଥୁନ ମଣ୍ଡଳ। ଘଟଣାରେ ବ୍ୟବହୃତ ଛୁରୀକୁ ଜବତ ହୋଇଛି। ଏତଲା ପ୍ରକାରେ, ମେଦିନୀପୁରର ସୀମାଞ୍ଚଳ ମିଶ୍ର (୫୬) ଓ ମିଥୁନଙ୍କ ମଧ୍ୟରେ ଜମିବାଡ଼ିିକୁ ନେଇ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା। ବୁଧବାର ସକାଳୁ ମିଥୁନଙ୍କ ମା’ ଘର ଝାଡୁ କରି ସୀମାଞ୍ଚଳଙ୍କ ଘର ଆଗରେ ଅଳିଆ ପକାଇବାପରେ ସୀମାଞ୍ଚଳ ଏହାର ପ୍ରତିବାଦ କରିଥିଲେ। କିଛି ସମୟ ପରେ ଉଭୟେ ଘରକୁ ଫେରିଯାଇଥିଲେ। ରାତି ୮ଟାରେ ସୀମାଞ୍ଚଳ ଘରେ ଥିବା ସମୟରେ ମିଥୁନ ତାଙ୍କୁ ଡାକିଆଣି ବାହାରେ ଏକ ଛୁରୀରେ ପେଟକୁ ଭୂଶି ଦେଇଥିଲେ। ସୀମାଞ୍ଚଳ କୌଶଳକ୍ରମେ ସେଠାରୁ ଖସିଯାଇ ଜଣଙ୍କ ଘରେ ପଶି ଯାଇଥିଲେ। ଏ ନେଇ ଗୁରୁବାର ସୀମାଞ୍ଚଳଙ୍କ ପରିବାର କୋଦଳା ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri