ପୂର୍ବ ଶତ୍ରୁତା ସନ୍ଦେହ, ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ, ୬ା୮:ଲୋକନାଥ ରୋଡ଼ର ଛପନ ଛକଠାରେ ମଙ୍ଗଳବାର ଅର୍ଜୁନ ନାୟକ ନାମକ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅର୍ଜୁନଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପୂର୍ବାହ୍ନରେ ଛପନ ଛକରେ ଅର୍ଜୁନ(୪୫) ଠିଆ ହୋଇଥିଲେ। ଏହି ସମୟରେ ୩ଜଣ ଯୁବକ କ୍ରିଷ୍ଣା, ଟୁକୁନା ଓ କୁନା ବେହେରା ଗୋଟିଏ ବାଇକ୍‌ରେ ଆସି ହଠାତ୍‌ ତାଙ୍କୁ ଆକ୍ରମଣ କରିଥିଲେ। ସେ ଜୀବନ ବଞ୍ଚାଇବାକୁ ଦୌଡ଼ିବାରୁ ସେମାନେ ଗୋଡ଼ାଇ ଗୋଡ଼ାଇ ତାଙ୍କୁ ମାରଣାସ୍ତ୍ରରେ ହାଣିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅର୍ଜୁନ ସେଠାରେ ପଡ଼ିଯାଇଥିଲେ। ଏହାପରେ ସେମାନେ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାରବର୍ଗ ଅର୍ଜୁନଙ୍କୁ ଉଦ୍ଧାର କରି ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଅର୍ଜୁନଙ୍କ ପରିବାରବର୍ଗଙ୍କ ଅଭିଯୋଗ କ୍ରମେ ବାସେଳି ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri