ପୃଥକ୍‌ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଦାରିଙ୍ଗବାଡ଼ି,୫।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦାରିଙ୍ଗବାଡ଼ି ଥାନା କାଜୁରିପାଙ୍ଗା ଅଞ୍ଚଳର ଅନନ୍ତ ନାୟକ। ଅନନ୍ତ ପୁଅ ଯୋଶେଫଙ୍କ ସହ ଶୁକ୍ରବାର ଏକ ଲୁନା ଯୋଗେ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିଲେ। ପଙ୍ଗାଲି ଗ୍ରାମ ନିକଟ ରାସ୍ତା ଉପରେ ଦୁର୍ଘଟଣାରେ ଏକ ଛେଳି ମରି ପଡିଥିଲା। ଅନନ୍ତ ଦେଖି ନ ପାରିବାରୁ ମଲା ଛେଳି ଉପରେ ଲୁନା ଚଢି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଲୋକେ ଦୁହଁିଙ୍କୁ ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅନନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଫୁଲବାଣୀ ନେବା ବାଟରେ ମୃତ୍ୟୁ ଘଟିଥିଲା। ଶନିବାର ସନ୍ଧ୍ୟା ପ୍ରାୟ ୭ଟାରେ ୨ଟି ବାଇକ ମୁହଁାମୁହିଁ ଧକ୍କା ହୋଇଛି। ଗୋଟିଏ ବାଇକରେ ଥିବା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମର ଲକପତି ବଳିଆର ସିଂ(୬୫)ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କ ପୁଅ ଅଜିତ ବାଇକ ଚଳାଉଥିବା ବେଳେ ସେ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟଏକ ବାଇକରେ ଥିବା ତଜଡ଼ବାଡ଼ିର ଜିତେନ୍ଦ୍ର ପ୍ରଧାନ ଏବଂ ରାଇକିଆ ଅଞ୍ଚଳର ଅଙ୍ଗଦ ପ୍ରଧାନ ସାମାନ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri