ପୃଥକ୍‌ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍‌ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର ସଶସ୍ତ୍ର ଡକାୟତି ଉଦ୍ୟମକୁ ପଣ୍ଡ କରିଛି । ପୋଲିସ ଉଭୟ ଗୋଷ୍ଠୀର ୯ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ଫେରାର ହୋଇଯାଇଛି। ଅଭିଯୁକ୍ତଙ୍କ ନିକଟରୁ ୨ ବନ୍ଧୁକ, ଭୁଜାଲି, ଖଣ୍ଡା, ଲୁହାଛଡ଼ ସହ ୫ ବାଇକ୍‌ ଜବତ କରାଯାଇଛି । ଏ ନେଇ ପୋଲିସ ଝାରସୁଗୁଡା ଓ ଓରିଏଣ୍ଟ ଥାନାରେ ୨ଟି ମାମଲା ରୁଜୁକରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଝାରସୁଗୁଡ଼ାସ୍ଥିତ ଆଇଓସିଏଲ୍‌ ପ୍ଲାଣ୍ଟ ନିକଟ ଜଙ୍ଗଲରେ କେତେଜଣ ଡକାୟତ ଡକାୟତି ପାଇଁ ଯୋଜନା କରୁଥିବା ତାଳପଟିଆ ଫାଣ୍ଡି ପୋଲିସ ବିଶେଷ ସୂତ୍ରରୁ ଜାଣିବାକୁ ପାଇଥିଲା। ଏଣୁ ଏକ ପୋଲିସ ଟିମ୍‌ ପହଞ୍ଚି ଡକାୟତଙ୍କୁ କାବୁ କରିଥିଲେ।
ସେହିପରି ଓରିଏଣ୍ଟ ଥାନା ଅଞ୍ଚଳରେ ଥିବା ଏମ୍‌ସିଏଲ୍‌ର ଏକ ପରିତ୍ୟକ୍ତ କୋଇଲା ଖଣି ଅଞ୍ଚଳରେ କେତେକ ଯୁବକ ଡକାୟତି ଯୋଜନା କରିଥିଲେ। ଖବରପାଇ ଓରିଏଣ୍ଟ ଥାନାର ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ୪ଜଣଙ୍କୁ ଧରିବାରେ ସଫଳ ହୋଇଥିବାବେଳେ ଜଣେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ଏ ସମ୍ପର୍କରେ ଏସ୍‌ପି ଅଶ୍ବନୀ କୁମାର ମହାନ୍ତି ଖବରଦାତା ସମ୍ମିଳନୀରେ ଗଣମାଧ୍ୟମକୁ ସବିଶେଷ ତଥ୍ୟ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri