ବ୍ରହ୍ମପୁର ଅଫିସ, ୨୦।୭: ବାଇକରୁ ଖସି ପୃଥକ ଘଟଣାରେ ୨ ଜଣଙ୍କର ଏମ୍କେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅନ୍ତର୍ଗତ କୃଷ୍ଣକୃପାମୟପୁର ଗ୍ରାମର ବାଙ୍କି ଦଳାଇ(୫୫) ଓ ସଦର ଥାନା ଅନ୍ତର୍ଗତ ଚଣ୍ଡୀପଦର ଗାଁର ମଞ୍ଜୁ ଦାସ(୪୫)।
ପ୍ରକାଶ ଯେ, ଶୁକ୍ରବାର ବାଙ୍କି ଦଳାଇ ନିଜ ପୁଅଙ୍କ ସହ ବାଇକ୍ ଯୋଗେ ଗାଡ଼ିରେ ଦିଗପହଣ୍ଡିରୁ ନିଜ ଗାଁ କୃଷ୍ଣକୃପାମୟପୁର ଅଭିମୁଖେ ଯାଉଥିଲେ। ରାସ୍ତାରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଗାଡିରୁ ଖସି ପଡ଼ିଥିଲେ। ବାଙ୍କିଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ରାତିରେ ବାଙ୍କିଙ୍କର ମୃତ୍ୟୁ ଘଟିଛି।
ସେହିପରି ଅନ୍ୟ ଏକ ଘଟଣାରେ ମଞ୍ଜୁ ଦାସ ଶନିବାର ସକାଳେ କୌଣସି ଏକ କାମରେ ନିଜର ସମ୍ପର୍କୀୟଙ୍କ ଘରକୁ ସ୍ବାମୀଙ୍କ ସହ ବାଇକରେ ଯାଉଥିଲେ। ଭାଟକୁମରଡ଼ା ନିକଟରେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ମଞ୍ଜୁ ଗାଡ଼ିରୁ ଛିଟିକି ତଳେ ପଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ମେଡିକାଲ ଫାଣ୍ଡି ଅଧିକାରୀ ଜନ୍ମଜୟ ମଲ୍ଲିକ ସୂଚନା ଦେଇଛନ୍ତି। ଫାଣ୍ଡି ପୋଲିସ ଶନିବାର ୨ଟି ଯାକ ମୃତଦେହ ଉଦ୍ଧାର କରି (୩୯୦/୧୯ ଓ ୩୯୨/୧୯)ରେ ମାମଲା ରୁଜୁ କରିଛି।
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
Archives

