ପୃଥିବୀକୁ ଧ୍ୱଂସ କରିଥିବା ଗ୍ରହାଣୁ ପିଣ୍ଡଯୋଗୁ ବି ସୃଷ୍ଟି ହୋଇଥିଲା ଜୀବନ

ପେନସିଲ୍‌ଭାନିଆ,୬।୨: ପ୍ରାୟ ୬୬ ନିୟୁତ ବର୍ଷ ତଳେ ପୃଥିବୀ ସହିତ ଚିକ୍ସିଲୁବ୍‌ ଗ୍ରହାଣୁପିଣ୍ଡ ଧକ୍କା ହୋଇଥିଲା। ଏହାର ପ୍ରଭାବରେ ଭୂମିକମ୍ପ ହେବା ସହିତ ଅଗ୍ନି ଉଦ୍‌ଗୀରଣ ହେବାକୁ ଲାଗିଥିଲା। ଆକାଶରେ ଦୀର୍ଘ ବର୍ଷ ପର୍ଯ୍ୟନ୍ତ ବହଳ ଧୂଆଁ ଆସ୍ତରଣ ସୃଷ୍ଟି ହୋଇଥିଲା। ଫଳରେ ସୂର୍ଯ୍ୟ ରଶ୍ମୀ ପୃଥିବୀ ଉପରେ ପଡ଼ିପାରି ନ ଥିଲା। ବୃକ୍ଷଲତାଙ୍କ ଦ୍ୱାରା ଆଲୋକ ସଂଶ୍ଲେଷଣ(ଫଟୋସିନ୍ଥେସିସ୍‌) ପ୍ରକିୟା ଧିମା ହୋଇଯାଇଥିଲା। ସୂର୍ଯ୍ୟ ରଶ୍ମୀର ଅଭାବରେ ସମୁଦ୍ରରେ ଥିବା ଫାଇଟୋପ୍ଲାଙ୍କଟନ୍‌ ଅମ୍ଳଜାନ ଉତ୍ପାଦନ କରିବା ବନ୍ଦ କରିଦେଇଥିଲେ। ଏହା ଦ୍ୱାରା ଜୀବନ ଧାରଣ ଲାଗି ଆବଶ୍ୟକ ଅମ୍ଳଜାନର ଘୋର ଅଭାବ ଦେଖାଦେଇଥିଲା। ଧୀରେଧୀରେ ପୃଥିବୀର ପ୍ରାଣୀ ଜଗତ ନଷ୍ଟ ହେବାରେ ଲାଗିଥିଲା। ପୃଥିବୀର ବିରାଟକାୟ ପ୍ରାଣୀ ବୋଲାଉଥିବା ଡାଏନୋସୋରସ୍‌ଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ଗ୍ରହାଣୁ ପିଣ୍ଡ ସହିତ ଧକ୍କା ହୋଇ ପୃଥିବୀର ୭୬ ପ୍ରତିଶତ ପ୍ରଜାତି ଧ୍ୱଂସ ହୋଇଯାଇଥିଲେ। ତେବେ ପରବର୍ତ୍ତୀ ସମୟରେ ଯେତେବେଳେ ସ୍ଥିତିରେ ପରିବର୍ତ୍ତନ ଆସିଥିଲା। ଆଗ୍ନେୟଗିରି ଉଦ୍‌ଗୀରଣ ବନ୍ଦ ହୋଇଯାଇଥିଲା। ଏହାର ମୁଖ ବୋଲି କୁହାଯାଉଥିବା ଅଂଶ ଶୀତଳ ହୋଇଥିଲା। ତେବେ ଏଠାରେ ପୁଣି ଉଷ୍ଣତା ପାଇ ପୃଥିବୀରେ ଜୀବନ ସୃଷ୍ଟି ଆରମ୍ଭ ହୋଇଥିଲା। ପ୍ରଥମ କରି କେତେକ ବ୍ୟାକ୍ଟେରିଆ ଆଗ୍ନେୟଗିରି ମୁଖରେ ସୃଷ୍ଟି ହୋଇଥିଲେ। ଏନେଇ ପେନସିଲ୍‌ଭାନିଆ ବିଶ୍ୱବିଦ୍ୟାଳୟର କିଛି ଗବେଷକଙ୍କ ଦ୍ୱାରା ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଗବେଷକ ଦଳର ନେତୃତ୍ୱ ନେଉଥିବା ଜିଓ ସାଇନ୍ସ୍‌ ପ୍ରଫେସର ତିମୋଥି ବ୍ରାଲୋୟର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏସମ୍ପର୍କିତ ତଥ୍ୟ ଜିଓଲୋଜି ପତ୍ରିକାରେ ମଧ୍ୟ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri