Posted inଫୁରସତ

ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳ: ମାତ୍ର ୩ ଘଣ୍ଟା ପାଇଁ ସୂର୍ଯ୍ୟ ହୁଅନ୍ତି ଦୃଶ୍ୟମାନ

ରୁଷିଆର ପୂର୍ବାଞ୍ଚଳରେ ଥିବା ସାଖା ଜିଲାର ୟାକୁଟିଆ ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳଭାବେ ପରିଚିତି ହାସଲ କରିଛି। ଏଠାକାର ତାପମାତ୍ରା ଶୀତଦିନେ ମାଇନସ୍‌ ୫୮ ଡିଗ୍ରୀ ସେଲସିୟସ୍‌ ହୋଇଥାଏ। ଏବେ ଏଠାକାର ତାପମାତ୍ରା ମାଇନସ୍‌ ୪୪ ଡିଗ୍ରୀ ରହିଛି। ଏଠାରେ ସୂର୍ଯ୍ୟ ଶୀତଦିନରେ ମାତ୍ର ୩ ଘଣ୍ଟା ପାଇଁ ଦୃଶ୍ୟମାନ ହୋଇଥାନ୍ତି। ଅଞ୍ଚଳରେ ପ୍ରାୟ ୩ ଲକ୍ଷ ଲୋକ ବସବାସ କରନ୍ତି। ଆର୍କଟିକ୍‌ ସର୍କଲଠାରୁ ୩୫୦ କିମି ଦୂର ଏହି ଅଞ୍ଚଳର ମାଟି ତଳେ ପ୍ରଚୁର ପରିମାଣର ସୁନା, ହୀରା, କୋଇଲା ଆଦି ରହିଛି। ଏଠାରେ ସ୍କୁଲ, ହସ୍ପିଟାଲ, ପୋଷ୍ଟ ଅଫିସ୍‌, ବ୍ୟାଙ୍କ ଆଦି ରହିଛି। ଏତେ ଥଣ୍ଡାରେ ମଧ୍ୟ ପିଲା ସବୁଦିନ ସ୍କୁଲ ଯାଆନ୍ତି। ଏଠାକୁ ବୁଲିବା ପାଇଁ ପ୍ରତିବର୍ଷ ବହୁ ପର୍ଯ୍ୟଟକ ଆସିଥାନ୍ତି। ପ୍ରବଳ ଥଣ୍ଡା ଯୋଗୁ ଗାଡ଼ିର ଇଞ୍ଜିନ୍‌ ଅଏଲ୍‌ ଜମାଟ ବାନ୍ଧି ଯାଇଥାଏ। ଫଳରେ ଗିୟର ବକ୍ସ୍‌ ଥଣ୍ଡାରେ ଜମି ଯାଏ। ତେଣୁ ଏଠାରେ ପ୍ରତି ୨-୩ କିଲୋମିଟର ମଧ୍ୟରେ ହିଟିଂ ଗ୍ୟାରେଜ୍‌ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri